ETV Bharat / politics

ବିଜେଡିରେ ମିଶିଲେ ରୋହିତ ଯୋଶେଫ ତିର୍କୀ ଓ ଭବାନୀ ଶଙ୍କର କାଲୋ - Lok Sabha Polls 2024

Rohit Joseph and Bhawani Shankar joins BJD: ବିଜେଡିରେ ମିଶିଲେ ବରିଷ୍ଠ ନେତା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ । ତାଙ୍କର ସହ ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ ବିଜେଡିରେ ଯୋଗ ଦେଇଛନ୍ତି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Apr 4, 2024, 7:06 AM IST

Etv Bharat
Etv Bharat

ଭୁବନେଶ୍ୱର: ଶଙ୍ଖ ଫୁଙ୍କିଲେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ । ବୁଧବାର ସେ ବିଜେଡିରେ ସାମିଲ ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀଙ୍କୁ ବିଜେଡି ନେତା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ସେହିପରି ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ ମଧ୍ୟ ଗତକାଲି (ବୁଧବାର) ବିଜେଡିରେ ଯୋଗ ଦେଇଛନ୍ତି ।

ଯୋଶେଫ ତିର୍କୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୁତ ହେବ ବୋଲି ବିଜେଡି ନେତା କହିଛନ୍ତି । ରୋହିତ ଯୋଶେଫ ତିର୍କୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛି । ତାଙ୍କର ବିକାଶମୂଳକ କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବି ।

ସେହିପରି ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ କହିଛନ୍ତି ଯେ, ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହା ମଧ୍ୟ ପଢନ୍ତୁ: ବିଜେଡି ଛାଡ଼ିଲେ ସୋର ବିଧାୟକ ପର୍ଶୁରାମ ଧଡ୍ଡା; ଖୋଜୁଛନ୍ତି ନୂଆ ବିକଳ୍ପ - Parshuram Dhada

ପ୍ରକାଶ ଥାଉକି, ଲୋକସଭା ଓ ବିଧାନସଭା ଭୋଟକୁ ଆଉ ଦିନ କେଇଟା ଥିବାବେଳେ ରାଜ୍ୟରେ ଜୋର୍ ଧରିଛି ଦଳ ଡିଆଁ ପର୍ବ । ଟିକେଟ୍ କଟିବା ଆଶଙ୍କାରେ ବଡ ବଡ ନେତାମାନେ ନିଜ ଦଳ ଛାଡି ଅନ୍ୟ ଦଳକୁ ଡିଆଁ ମାରୁଛନ୍ତି । ଗତକାଲି ବିଜେପିର ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର ଦଳ ଛାଡି ବିଜେଡିରେ ଯୋଗ ଦେଇଥିଲେ । ଏହାର କିଛି ଘଣ୍ଟା ପରେ ବ୍ରହ୍ମପୁର ଲୋକସଭା ଆସନ ପ୍ରାର୍ଥୀ ଭାବେ ତାଙ୍କର ନାଁ ଘୋଷଣା କରିଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.