ETV Bharat / sports

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କିଶୋର ଏବଂ ଅମିତଙ୍କୁ ୧୫ ଲକ୍ଷ ପ୍ରୋତ୍ସାହନ ରାଶି - cm announces incentive for athlete

CM Announces incentive for athletes: ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିଥିବା କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମିଳିବ 15 ଲକ୍ଷ ଲେଖାଏଁ ପ୍ରୋତ୍ସାହନ । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jul 8, 2024, 2:42 PM IST

Updated : Jul 8, 2024, 3:31 PM IST

PARIS OLYMPICS 2024
PARIS OLYMPICS 2024 (ETV Bharat Odisha)

ଭୁବନେଶ୍ବର: ପ୍ୟାରିସ ଅଲିମ୍ପିକ୍ସ ପୂର୍ବରୁ ଲକ୍ଷପତି ହେଲେ ଦୁଇ ଓଡି଼ଆ ପୁଅ ଜାଭେଲିନ ଫିଙ୍ଗାଳି କିଶୋର ଜେନା ଏବଂ ହକି ତାରକା ଅମିତ ରୋହିଦାସ । ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବାରୁ ଉଭୟଙ୍କୁ 15 ଲକ୍ଷ ଲେଖାଏଁ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ୟାରିସ ଅଲିମ୍ପିକ୍ସ ପୂର୍ବରୁ ସରକାର ଦୁଇ ଖେଳାଳିଙ୍କୁ ଏହି ଭେଟି ଦେଇଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ପାଇଁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, "କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ । ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସ । କେବଳ ନିଜର ଜନ୍ମମାଟି ନୁହେଁ, ସମଗ୍ର ରାଜ୍ୟକୁ ଉଭୟ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି । ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ।" ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ ଥ୍ରୋରେ କିଶୋର ଜେନା ଏବଂ ହକି ତାରକା ଅମିତ ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, "ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କ ପୂର୍ଣ୍ଣ ବିଶ୍ୱାସ ରହିଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ଉଭୟ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରିବେ । ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ ।" ରାଜ୍ୟର କୋଣ ଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କିଶୋର ଜେନା: 28 ବର୍ଷୀୟ କିଶୋର ଜେନା ହେଉଛନ୍ତି ପୁରୀ ଜିଲ୍ଲା ବ୍ରହ୍ମଗିରିର ବାସିନ୍ଦା । କିଶୋର ଭୁବନେଶ୍ବର ସ୍ପୋର୍ଟ୍ସ ହଷ୍ଟେଲରେ ରହି ଜାଭେଲିନ ଥ୍ରୋ'ରେ ନିଜର କ୍ରୀଡ଼ା ଜୀବନ ଆରମ୍ଭ କରିଥିଲେ । ଏଠାରେ ରହି ସେ ପ୍ରଶିକ୍ଷଣ ନେଉଥିଲେ । ୨୦୨୩ ଜୁନରେ ଭୁବେନଶ୍ଵରରେ ଆୟୋଜିତ ନ୍ୟାସନାଲ ଚମ୍ପିଆନ୍‌ସିପ୍‌ରେ ଜାଭେଲିନ ଥ୍ରୋ'ରେ ସେ ରୌପ୍ୟ ପଦକ ଜିତିଥିଲେ । ସେହିବର୍ଷ ଜୁଲାଇ ୩୦ରେ ଶ୍ରୀଲଙ୍କାରେ ଖେଳାଯାଇଥିବା ପ୍ରତିଯୋଗିତାରେ ସେ ନିଜ କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ କରି ୮୪.୩୮ ମିଟର ଦୂରକୁ ଜାଭେଲିନ ଫିଙ୍ଗିଥିଲେ । ଏହି ପ୍ରଦର୍ଶନ ବଳରେ ସେ ହଙ୍ଗେରୀର ବୁଦାପେଷ୍ଟରେ ଚାଲିଥିବା ବିଶ୍ଵ ଆଥଲେଟିକ୍ସ ଚମ୍ପିଆନ୍‌ସିପ୍‌ ୨୦୨୩ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ । ତେବେ ଚୀନର ହାଙ୍ଗଝୌ ସହରରେ ଆୟୋଜିତ ଏସୀୟ କ୍ରିଡ଼ା ୨୦୨୩ରେ ନିଜ କ୍ୟାରିୟର ବେଷ୍ଟ ଥ୍ରୋ ୮୭.୫୪ ମିଟର ଦୂରତାକୁ ଜାଭେଲିନ ‍ଫିଙ୍ଗି ଦେଶ ପାଇଁ ରୌପ୍ୟ ପଦକ ଜିତିଥିଲେ କିଶୋର । ଏହି ପ୍ରତିଯୋଗିତାରେ ୮୮.୮୮ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ ନୀରଜ ଚୋପ୍ରା ।

ଅମିତ ରୋହିଦାସ: ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ଅଞ୍ଚଳରେ ଅମିତ ରୋହିଦାସଙ୍କ ଘର । ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ ପରେ ଅମିତ ସମସ୍ତଙ୍କ ନଜରକୁ ଆସିଥିଲେ । ୨୦୦୯ରେ ଉପକନିଷ୍ଠ ଏସିଆ କପ୍‌ରେ ଭାଗନେବା ପରେ ୨୦୧୨ରେ ଏସିଆନ୍‌ ଚମ୍ପିଆନସିପ୍‌ରେ ଭାରତୀୟ ଦଳରେ ସାମିଲ ହୋଇଥିଲେ । ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ପାଇଁ ଭାରତୀୟ କ୍ୟାମ୍ପରେ ସାମିଲ ହୋଇଥିଲେ ମଧ୍ୟ ଚୂଡ଼ାନ୍ତ ତାଲିକାରେ ସ୍ଥାନ ପାଇନଥିଲେ ଅମିତ । ପରବର୍ତ୍ତୀ ସମୟରେ ୨୦୧୬-୧୭ ହକି ୱାର୍ଲ୍ଡ ଲିଗ୍‌ରେ କାଂସ୍ୟ ଜିତିବା ସହ ଏସିଆ କପ୍‌ ବିଜୟୀ ଦଳର ସଦସ୍ୟ ଥିଲେ, ୨୦୧୮ ଚମ୍ପିଆନ୍ସ ଟ୍ରଫିରେ ରୌପ୍ୟ, ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ, ୨୮ତମ ସୁଲତାନ ଆଜଲାନ ଶାହ କପ୍‌ରେ ରୌପ୍ୟ ପଦକ ହାସଲ କରିଥିଲେ ଅମିତ ରୋହିଦାସ । ୨୦୨୧ରେ ମଧ୍ୟ ଅର୍ଜୁନ ପୁରସ୍କାର ପାଇଥିଲେ ଅମିତ । ତେବେ ଏସିଆନ୍‌ ଗେମ୍ସ ୨୦୨୩ରେ ଡିଫେଣ୍ଡିଂ ଚମ୍ପିଆନ୍‌ ଜାପାନକୁ ଭାରତୀୟ ଦଳ ୫-୧ରେ ମାତ୍‌ ଦେଇଥିବାବେଳେ ଏଥିରେ ଓଡ଼ିଆ ପୁଅ ତଥା ଭାରତୀୟ ହକି ଦଳର ଉପଅଧିନାୟକ ଭାର ସମ୍ଭାଳିଥିବା ଅମିତ ରୋହିଦାସ ଚମତ୍କାର ପ୍ରଦର୍ଶନ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 8, 2024, 3:31 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.