ETV Bharat / state

ଶହେ ବର୍ଷ ପୁରାତନ ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା, ପାଳିତ ହେବ ମାତୃଭାଷା ଦିବସ - ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା

Old School Get Heritage Status: ପ୍ରତିବର୍ଷ ମାତୃଭାଷା ଦିବସ ସହ ପାଳିତ ହେବ ଓଡିଆ ଭାଷା ସପ୍ତାହ । ଶହେ ବର୍ଷ ପୁରାତନ ବିଦ୍ୟାଳୟଗୁଡ଼ିକୁ ମିଳିବ ଐତିହ୍ୟ ବିଦ୍ୟାଳୟ ମାନ୍ୟତା । ଅଧିକ ପଢନ୍ତୁ

ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା
Old School Get Heritage Status
author img

By ETV Bharat Odisha Team

Published : Jan 20, 2024, 1:27 PM IST

ଭୁବନେଶ୍ବର: ଶହେ ବର୍ଷ ପୁରାତନ ବିଦ୍ୟାଳୟଗୁଡ଼ିକୁ ମିଳିବ ଐତିହ୍ୟ ବିଦ୍ୟାଳୟ ମାନ୍ୟତା । ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ସେହିପରି ପ୍ରତିବର୍ଷ ମାତୃଭାଷା ଦିବସ ସହ ଓଡିଆ ଭାଷା ସପ୍ତାହ ପାଳନ କରାଯିବ ।

ଗତ ଡିସେମ୍ବର ୧୯ ରେ ଅନୁଷ୍ଠିତ ତୃତୀୟ ଐତିହ୍ୟ କ୍ଯାବିନେଟ ନିଷ୍ପତ୍ତି ଅନୁଯାୟୀ, ଭୁବନେଶ୍ୱର ଜନତା ମଇଦାନରେ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଆସନ୍ତା ଫେବୃଆରୀ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଏହି ସମ୍ମିଳନୀ ଆୟୋଜନ ହେବ । ଏହି ପରିପ୍ରେକ୍ଷୀରେ ଆଜି ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ତେବେ ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।

ପ୍ରସ୍ତୁତ ହେଉଥିବା ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରାଯିବ । ଉକ୍ତ ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଗୁଡ଼ିକୁ ନେଇ ୧୬ଟି ସମ୍ପାନର ଆୟୋଜନ କରାଯିବ । ଏହା ବ୍ଯତୀତ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ ସମ୍ପାନର ଆୟୋଜନ କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ । ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ ୱେବକାଷ୍ଟ ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ । ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ ।

ଏହା ମଧ୍ୟ ପଢନ୍ତୁ: ଦେବଗଡ଼ରେ ନୂଆ-ଓ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୁବପିଢିଙ୍କୁ ପ୍ରେରିତ କରିବା ଲକ୍ଷ୍ୟ

ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା ମାଧ୍ୟମରେ ପ୍ରକାଶ କରାଯିବ । ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବ । ଏହା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ । ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ, ସରକାରୀ କାର୍ଯ୍ଯାଳୟ, ବେସରକାରୀ କାର୍ଯ୍ଯାଳୟ, ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯିବ । କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ ବା ସମ୍ବର୍ଦ୍ଧିତ କରାଯିବ । ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ । ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବ । ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବ । ଏହା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସଜ୍ଜିତ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.