ETV Bharat / state

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟ; ତୃତୀୟ ଦିନରେ ୫ ଜିଲ୍ଲାର ୩୬୧ ସ୍କୁଲ ଲୋକାର୍ପିତ - 5ଟି ସ୍କୁଲ

361 5T transformed schools: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟ । ତୃତୀୟ ଦିନରେ ୫ ଜିଲ୍ଲାର ୩୬୧ ସ୍କୁଲ ଲୋକାର୍ପିତ । ଅଧିକ ପଢନ୍ତୁ

361 5T transformed schools
361 5T transformed schools
author img

By ETV Bharat Odisha Team

Published : Jan 20, 2024, 8:34 PM IST

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ସ୍କୁଲ ଲୋକାର୍ପିତ ହୋଇଛି । ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡା ଓ ବଲାଙ୍ଗୀର ଜିଲ୍ଲାର ସ୍କୁଲ ଲୋକାର୍ପଣ ହୋଇଛି । ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଆଜି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ମୟୂରଭଞ୍ଜ ଜିଲ୍ଲାର ୧୦୫ଟି, ସମ୍ବଲପୁରର ୬୩ଟି, ନୂଆପଡାର ୩୩ଟି, ରାୟଗଡାର ୬୦ଟି ଓ ବଲାଙ୍ଗୀର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ । ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି । ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି ଯେ, ପ୍ରଥମରୁ ସ୍କୁଲ ରୂପାନ୍ତର ଏକ ସ୍ବପ୍ନ ଭଳି ଥିଲା । ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଅଭିଭାବକଙ୍କ ସହଯୋଗ, ଟିମ ୱାର୍କରେ ଏହା ଅଭୂତପୂର୍ବ ସଫଳତା ପାଇଛି । ବର୍ତ୍ତମାନ ରୂପାନ୍ତରିତ ସ୍କୁଲଗୁଡିକର ରକ୍ଷଣାବେକ୍ଷଣ ଖୁବ ଗୁରୁତ୍ବପୂର୍ଣ୍ଣ । ଏଥି ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

ଏହା ବି ପଢନ୍ତୁ- ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟ, ପ୍ରଥମ ଦିନରେ ୩୮୯ ସ୍କୁଲ ଲୋକାର୍ପିତ

କାର୍ଯ୍ୟକ୍ରମରେ ମୟୂରଭଞ୍ଜରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ରାୟଗଡାରେ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ବଲାଙ୍ଗିରରେ ଜଳସଂପଦ ମନ୍ତ୍ରୀ ଟୁକୁନି ସାହୁ, ନୂଆପଡାରେ ସାଂସଦ ବସନ୍ତ ପଣ୍ଡା, ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭଗତରାମ ମାଝୀ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଓଡିଶାର ପିଲାମାନେ ବଡ ହେବା, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି । ସାଧାରଣ ଗରିବ ଘରର ପିଲା ମଧ୍ୟ ନିଜର ଲକ୍ଷ୍ୟ ପୂରଣ କରିପାରିବ । ପିଲାମାନଙ୍କର ପ୍ରତିଭା ଓ ସମ୍ଭାବନାକୁ ସ୍କୁଲ ରୂପାନ୍ତର ପୂର୍ଣ୍ଣ ବିକଶିତ କରିବ ବୋଲି ସେମାନେ ମତ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.