ETV Bharat / state

ଶିକ୍ଷା କ୍ଷେତ୍ରରେ ନିଯୁକ୍ତି ପର୍ବ, 576 ଜଣ ହିନ୍ଦୀ-ସଂସ୍କୃତ ଶିକ୍ଷକ ନିଯୁକ୍ତ

author img

By ETV Bharat Odisha Team

Published : Feb 22, 2024, 3:55 PM IST

Teacher Recruitment: ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Teacher Recruited in Odisha
Teacher Recruited in Odisha

Teacher Recruited in Odisha

ଭୁବନେଶ୍ବର: ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି । 576 ଜଣ ହିନ୍ଦୀ ଏବଂ ସଂସ୍କୃତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ । ଲୋକସେବା ଭବନ କନଭେନସନ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଅଶ୍ବଥି ଏସ, ନିର୍ଦ୍ଦେଶକ ସୁଶାନ୍ତ ଦାସଙ୍କ ଅନେକ ଯୋଗ ଦେଇଥିଲେ ।

ନୂତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, "ଶିକ୍ଷା ଗୋଟିଏ ଜାତିର ଚିନ୍ତା ଏବଂ ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ପିଲାଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବାକୁ ପଡିବ । ଏହା ସହିତ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ଆବଶ୍ୟକ । ଏହି ଲକ୍ଷ୍ୟ ନେଇ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜାରି ରହିଛି । ଏହା ଦ୍ବାରା ରାଜ୍ୟର ସ୍କୁଲ ଗୁଡିକର ଭିତ୍ତିଭୂମି ଓ ପରିବେଶରେ ସମ୍ପୂର୍ଣ୍ଣ ରୂପାନ୍ତର ଆସିଛି । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ସ୍କୁଲ ଗୁଡିକରେ ଶିକ୍ଷାର ଗୁଣାତ୍ମକ ମାନରେ ଉଲ୍ଲେଖନୀୟ ବୃଦ୍ଧି ଆସିପାରିଛି । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪୬୦୫ ନୂଆ କ୍ଲାସରୁମ, ୧୬୯୨୦ ସ୍ମାର୍ଟ କ୍ଲାସରୁମ, ୭୮୬୩ ଆଧୁନିକ ଲାବ୍ରୋଟାରୀ, ୭୯୨୦ ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି ।"

ଏହା ମଧ୍ୟ ପଢନ୍ତୁ: ସ୍ୱାସ୍ଥ୍ୟ କ୍ଷେତ୍ରରେ ନିଯୁକ୍ତି ପର୍ବ, ନିଯୁକ୍ତି ପାଇଲେ 2473 ଡାକ୍ତର

ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । ଆଜି ବାଲେଶ୍ୱର ଜିଲ୍ଲାରେ ୩୩, ଅନୁଗୋଳରେ ୧୭, କଟକରେ ୩୫, ଗଞ୍ଜାମରେ ୩୭, ଜଗତସଂହପୁରରେ ୨୫, ଯାଜପୁରରେ ୩୩, କୋରାପୁଟରେ ୩୪, ଖୋର୍ଦ୍ଧାରେ ୪୦, ପୁରୀରେ ୨୭, ମୟୂରଭଞ୍ଜରେ ୨୬ ଜଣ ଲେଖାଏଁ ଶିକ୍ଷକ ନିଯୁକ୍ତି ପାଇଛନ୍ତି ।

ଅନ୍ୟପଟେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରଣ୍ଡି କହିଛନ୍ତି, "ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚିଛି । ଶିକ୍ଷାର ମାନ ବୃଦ୍ଧି ହେଲେ ଦେଶର ବିକାଶ ହୁଏ । ଶିକ୍ଷକମାନଙ୍କୁ ପିଲାଙ୍କ ନୈତିକ ବିଚାରଧାରାରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବା ଆବଶ୍ୟକ ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.