ETV Bharat / state

ଆସନ୍ତା ୩୧ ଯାଏଁ ପ୍ରବଳ କାଚିବ! ଆଜି ପାଇଁ 7 ଜିଲ୍ଲାକୁ ସତର୍କ ସୂଚନା, ଉପକୂଳରେ ବଜ୍ରପାତ ଭୟ - ODISHA WEATHER UPDATE

author img

By ETV Bharat Odisha Team

Published : Aug 28, 2024, 7:54 AM IST

Rain And Thunderstorm Warning : ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଏକ ଲଘୁଚାପ । ଯାହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ୨୯ ତାରିଖ ସୁଦ୍ଧା ସମୁଦ୍ର ଭିତରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ ସୂଚନା ଦିଆଯାଇଛି । ବର୍ଷା ଓ ବଜ୍ରପାତ ପାଇଁ କେଉଁ ସବୁ ଜିଲ୍ଲାକୁ ବିପଦ ରହିଛି, ଜାଣନ୍ତୁ

ODISHA WEATHER UPDATE
ODISHA WEATHER UPDATE (ETV Bharat Odisha)

ଭୁବନେଶ୍ବର: ଲଗାତାର ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷ।। ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ଏହାର ପ୍ରଭାବରେ ଆଜି (ବୁଧବାର) ଠାରୁ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗର ସତର୍କତା ଜାରି କରିଛି । ଅନେକ ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ହେବା ନେଇ ଆକଳନ କରିଛି ବିଭାଗ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ବିଜୁଳି ଘଡ଼ଘଡ଼ି ପାଇଁ ବିଶେଷ କରି ଉପକୂଳ ଜିଲ୍ଲା ଯେପରିକି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର,ନୟାଗଡ଼, କେନ୍ଦ୍ରପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ସତର୍କ ପରାମର୍ଶ ଦିଆଯାଇଛି ।

weather
weather (Meteorological Centre, Bhubaneswar)

ଆସନ୍ତାକାଲି ପାଇଁ ୱାର୍ଣ୍ଣିଂ:

୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ । ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ:

୩୦ତାରିଖରୁ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ ଓ ନୟାଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ୩୧ ତାରିଖରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ଓ ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ .....ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପ, ୩୧ ଯାଏଁ ଲାଗି ରହିବ ପ୍ରବଳ ଅତି ପ୍ରବଳ ବର୍ଷା - Heavy To Very Heavy Rain

ମତ୍ସ୍ୟଜୀବୀଙ୍କୁ ସତର୍କ:

୨୯ ତାରିଖରେ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨ ଦିନ ମଧ୍ୟରେ ଓଡିଶା ଉପକୂଳ ଓ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ସର୍ବାଧିକ ରହିବା ସହ ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ । ଫଳରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ତେଣୁ ୩୦ ଓ ୩୧ ତାରିଖ ସମୁଦ୍ରକୁ ମତ୍ସ୍ୟଜିବୀଙ୍କୁ ଯିବାକୁ ବାରଣ କରାଯାଇଛି । ୨୯ ତାରିଖ ସୁଦ୍ଧା ସମୁଦ୍ର ଭିତରୁ ଫେରି ଆସିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

ଇଟିଭି ଭାରତ,ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.