ETV Bharat / state

ରଥ ନିର୍ମାଣ ଅନୁକୂଳ ସହ ଆରମ୍ଭ ହେଲା ଚନ୍ଦନ ଯାତ୍ରା - Akshaya Tritiya - AKSHAYA TRITIYA

Akshaya Tritiya: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି । ଏହାସହ ଆଜିଠାରୁ ଆରମ୍ଭ ହୋଇଥିବା ଚନ୍ଦନ ଯାତ୍ରା ୨୧ ଦିନ ଧରି ଚାଲିବ । ଅଧିକ ପଢନ୍ତୁ

Akshaya Tritiya
Akshaya Tritiya (ETV Bharat Odisha)
author img

By ETV Bharat Odisha Team

Published : May 10, 2024, 10:45 PM IST

Akshaya Tritiya (ETV Bharat Odisha)

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ସହ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା । ସକାଳୁ ଦ୍ୱାର ଫିଟା ପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ, ମଇଲମ, ଅବକାଶ ଓ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା। ଏହାପରେ ନକ୍ଷତ୍ର ଓ ଜୟବିଜୟ ଦ୍ଵାର ବନ୍ଦାପନା ସରିବା ପରେ ବିମାନକୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ। ସେହିପରି ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରିଥିଲେ । ଶ୍ରୀମନ୍ଦିର କାର୍ଯ୍ୟାଳୟଠାରେ ପହଞ୍ଚିବା ପରେ ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ହୋଇଥିଲା । ଏହାସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର‌ ଅନୁକୂଳ କରାଯାଇଥିଲା।

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେନେଇ ସମସ୍ତେ ପ୍ରାର୍ଥନା କରିଥିଲେ। ଏପଟେ ଆଜି ରଥ କାଠ ଅନୁକୂଳ ସହ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୂଦନ, ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ବାସ ରହିଛି। ତେଣୁ ଚନ୍ଦନ ଯାତ୍ରା ଅବସରରେ ଆଜିଠାରୁ ୨୧ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚ ପାଣ୍ଡବଙ୍କୁ ସେବାୟତମାନେ ବିମାନରେ ଚନ୍ଦନ ପୁଷ୍କରିଣୀ ନରେନ୍ଦ୍ର ଅଭିମୁଖେ ନେଇଥାନ୍ତି।

ଏହା ବି ପଢନ୍ତୁ...ପବିତ୍ର ଅକ୍ଷୟ ତୃତୀୟା: ଆଜିଠୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ରଥ ନିର୍ମାଣ ଅନୁକୂଳ - Akshya Tritiya 2024

ପୌରାଣିକ କଥା ଅନୁଯାୟୀ, ପ୍ରବଳ ଗ୍ରୀଷ୍ମ ପ୍ରକୋପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ସେଠାରେ ମନୁଷ୍ୟ ଲୀଳାରେ ନୌକା ବିହାର କରିଥାନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ଏହି ଅବସରରେ ଚନ୍ଦନ, ପୁଷ୍ପର ପ୍ରଲେପ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଯିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇ ନିଜକୁ ଧନ୍ୟ ମନେ କରିଥିବା କରିଛନ୍ତି। ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୮ ପ୍ଲାଟୁନ ପୋଲିସ ଫୋର୍ସ, ଦୁଇଜଣ ଅତିରିକ୍ତ ଏସପି, ୩ ଡିଏସପି ଓ ୭ଜଣ ଆଇଆଇସି ମୁତୟନ ହୋଇଛନ୍ତି। ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜିଠାରୁ ଆରମ୍ଭ ହୋଇଥିବା ଚନ୍ଦନ ଯାତ୍ରା ୨୧ ଦିନ ଧରି ଚାଲିବାକୁ ଥିବାବେଳେ ନରେନ୍ଦ୍ରରେ ମହାପ୍ରଭୁ ଦିନ ଓ ରାତି ଚାପରେ ଦୁଇଥର ନୌକା ବିହାର କରିବେ। ତେଣୁ ବହୁ ସଂଖ୍ୟାରେ ଭକ୍ତ ମହାପ୍ରଭୁଙ୍କ ଏହି ଲୀଳାକୁ ଦେଖିବା ପାଇଁ ପୁରୀ ଆସିଛନ୍ତି।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.