ETV Bharat / state

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ, ଏହି ଦିନଠୁ ପ୍ରବଳରୁ ଅତି ପ୍ରବଳ ବର୍ଷିବ - Heavy Rainfall In Odisha

author img

By ETV Bharat Odisha Team

Published : Aug 26, 2024, 6:25 PM IST

Odisha Weather Update: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ । ପ୍ରବାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ । କେବେ ଲଘୁଚାପ ହେବ ଜାଣିବା ପାଇଁ ପଢ଼ନ୍ତୁ ।

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଗତକାଲି ଲଘୁଚାପରେ ପରିଣତ ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହୋଇଛି । ଏହା ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତତ୍‌ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି । ଏହା ୨ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆଗକୁ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ଏସବୁ ଜାଗାରେ ପ୍ରବଳ ବର୍ଷା:

ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather Update
Odisha Weather Update (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ଆସନ୍ତାକାଲି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ୨୭ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ର ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Odisha Weather Update
Odisha Weather Update (IMD)

ପୁଣି ଏକ ଲଘୁଚାପ:

ସେପଟେ ୨୯ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ଲଘୁଚାପର ପ୍ରଭାବ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ରହିବ । ଏହି ସମୟରେ ଅଧିକ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା ଓ ମାଟି ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୨୪ ଘଣ୍ଟା ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

Odisha Weather Update
Odisha Weather Update (IMD)
ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୭୭୦.୭ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୮୫୬. ୭ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରେ ସବୁଠୁ କମ ବର୍ଷା ରେକର୍ଡ ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ମାଲକାନଗିରି କୋରୁକୁଣ୍ଡାରେ ସର୍ବାଧିକ ୬୩.୦୦ ବର୍ଷା ମିଲି ମିଟର ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଲଘୁଚାପରେ ପରିଣତ ହେଲେ ଘୂର୍ଣ୍ଣିବଳୟ, ଜନ୍ମାଷ୍ଟମୀରେ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.