ETV Bharat / state

ଏକାଥରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା, ସାଢେ 3 କୋଟି ଲୋକଙ୍କୁ ସ୍ୱାସ୍ଥ୍ୟକାର୍ଡ - Ayushman Bharat Yojana

author img

By ETV Bharat Odisha Team

Published : 2 hours ago

Updated : 1 hours ago

Ayushman Bharat Gopabandhu Jan Arogya Yojana: ରାଜ୍ୟ ପାଇଁ ଖୁସି ଖବର। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ସହ ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନା ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଓଡ଼ିଶାରେ ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ । କେଉଁମାନେ ପାଇପାରିବେ ସ୍ଵାସ୍ଥ୍ୟବୀମାର ସୁବିଧା, ଜାଣନ୍ତୁ।

Ayushman Bharat Gopabandhu Jan Arogya Yojana
Ayushman Bharat Gopabandhu Jan Arogya Yojana (ETV Bharat Odisha)

ଭୁବନେଶ୍ବର: ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ରାଜ୍ୟର ୧ କୋଟି ପରିବାରର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ବାସ୍ଥ୍ୟକାର୍ଡ । ଏହି କାର୍ଡ ଜରିଆରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ ରାଜ୍ୟବାସୀ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତି ବି ଏହି ସ୍ଵାସ୍ଥ୍ୟବୀମାର ସୁବିଧା ମିଳିବ । ସେହପରି ଦାଦନ ଶ୍ରମିକମାନେ ମଧ୍ୟ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମାରେ ଅନ୍ତର୍ଭୁକ୍ତ ହେବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ :
ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, "ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।"

Ayushman Bharat
Ayushman Bharat (pmschemehub)

୨୭ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ଉପଲବ୍ଧ:

ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ସାମିଲ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ । ପୁରୁଣା ସ୍ୱାସ୍ଥ୍ୟ କାର୍ଡରେ କେବଳ ୯୫୦ଟି ହସ୍ପିଟାଲ ସହ ଅନୁବନ୍ଧିତ ଥିଲା । ସାରା ଭାରତବର୍ଷରେ ଚାଲୁ ନଥିଲା । ନୂଆ ସ୍ୱାସ୍ଥ୍ୟକାର୍ଡରେ ୨୭ ହଜାରରୁ ଅଧିକ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ଉପଲବ୍ଧ ହେବ । ଦାଦନ ଶ୍ରମିକ, ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଛନ୍ତି ସେମାନେ ମଧ୍ୟ ଏହି ଆୟୁଷ୍ମାନ ଭାରତ- ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା କାର୍ଡରେ ଲାଭବାନ ହେବେ ।"

Gopabandhu Jan Arogya Yojana
Gopabandhu Jan Arogya Yojana (pmschemehub)

ଏହା ମଧ୍ୟ ପଢ଼ନ୍ତୁ...ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ, ଆରମ୍ଭ ହେବ PhD କୋର୍ସ - Medical PhD Course In Odisha

ଏହା ମଧ୍ୟ ପଢ଼ନ୍ତୁ...ମହଙ୍ଗା ପଡିଲା ମାଗଣା, ଚକ୍ଷୁ ପରୀକ୍ଷା ଆଳରେ ସ୍ବାସ୍ଥ୍ୟକାର୍ଡରୁ ଚଳୁ କରିଦେଲେ ଟଙ୍କା - Health Card Fraud

ଏହା ମଧ୍ୟ ପଢ଼ନ୍ତୁ...BSKY କାର୍ଡ ନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ? ଦ୍ବନ୍ଦ୍ବ ଦୂର କଲେ ସ୍ବାସ୍ଥ୍ୟମନ୍ତ୍ରୀ - BSKY Card Confusion

ଲାଗୁ ହେବ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନ:

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ଆହୁରି ମଧ୍ୟ କହିଛନ୍ତି, "ଆୟୁଷ୍ମାନ ଭାରତ ଯୋଜନାରେ ୫ ଲକ୍ଷ ଟଙ୍କା ଅଛି । କିନ୍ତୁ ରାଜ୍ୟରେ ସ୍ପେଶାଲ ପ୍ରୋଭିଜନ କରି ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁବିଧା ମିଳିବ । ନ୍ୟାସନାଲ ଡିଜିଟାଲ ହେଲଥ ମିଶନ ଭାରତ ବର୍ଷରେ ଲାଗୁ ହେଉଥିଲା । ହେଲେ ପୂର୍ବ ସରକାର ଏହାକୁ ଓଡ଼ିଶାରେ ଲୋଗୁ କରୁନଥିଲେ । ଖୁବଶୀଘ୍ର ନ୍ୟାସନାଲ ଡିଜିଟାଲ ହେଲଥ ମିଶନରେ ଓଡ଼ିଶା ସାମିଲ ହେବ । ଏହା ଜରିଆରେ ସବୁ ସ୍ୱାସ୍ଥ୍ୟ ଅନୁଷ୍ଠାନ, ରୋଗୀଙ୍କ ତଥ୍ୟର ଡିଜିଟାଲ ମ୍ୟାପିଂ ମଧ୍ୟ ହୋଇପାରିବ । ପ୍ରତି ରୋଗୀଙ୍କୁ ଏକକ ପରିଚୟ ପତ୍ର ଦିଆଯିବ । ଏଥିରେ ସେମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସବୁ ତଥ୍ୟ ରହିବ । ଫଳରେ ରୋଗୀମାନେ ଡାକ୍ତରଙ୍କ ପାଖକୁ ଯିବାବେଳେ ସେମାନଙ୍କର ସମସ୍ତ ସ୍ୱାସ୍ଥ୍ୟଗତ ତଥ୍ୟ ଡାକ୍ତର ଜାଣିପାରିବେ । ଏଥିପାଇଁ ରାଜ୍ୟ ବଜେଟରେ ବ୍ୟୟବରାଦ ହୋଇଛି ।"

ଇଟିଭି ଭାରତ, ଭୁବନେଶ୍ବର

Last Updated : 1 hours ago
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.