ETV Bharat / state

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସଂଧ୍ୟା ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ - SRIMANDIR BANAKALAGI NITI

ଆଜି ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଶ୍ରୀମୁଖ ଶୃଙ୍ଗାର । ‘ବନକଲାଗି’ ଗୁପ୍ତନୀତି ପାଇଁ ସଂଧ୍ୟାରୁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ।

ଆଜି ବନକଲାଗି ନୀତି: ଅପରାହ୍ନ 5ଟାରୁ ରାତି 10 ଯାଏ ଦର୍ଶନ ବନ୍ଦ
ଆଜି ବନକଲାଗି ନୀତି: ଅପରାହ୍ନ 5ଟାରୁ ରାତି 10 ଯାଏ ଦର୍ଶନ ବନ୍ଦ (ETV Bharat Odisha)
author img

By ETV Bharat Odisha Team

Published : Oct 30, 2024, 10:29 AM IST

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ 5ଟାରୁ ରାତି 10ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

  • ଗୁପ୍ତନୀତି ପାଇଁ ବନ୍ଦ ରହିବ ଚାରି ଦ୍ବାର

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

  • ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ‘ବନକଲାଗି ନୀତି’ କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ‘ଦତ୍ତମହାପାତ୍ର’ କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହଙ୍କ ମୁଖ ଶୃଙ୍ଗାର କରିବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ‘ବନକଲାଗି ନୀତି’ରେ ବ୍ୟବହାର ହୁଏନାହିଁ । ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତି ପାଇଁ ଭିତରବେଢାର ଉତ୍ତର ପାର୍ଶ୍ବରେ ଏକ ବିଶେଷ କୋଠରୀ ମଧ୍ୟ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ଏହା ମଧ୍ୟ ପଢନ୍ତୁ :- ୮ ହଜାରରୁ ଉର୍ଦ୍ଧ୍ୱ ମଠ ଓ ମନ୍ଦିରର ହେବ ଉନ୍ନତି, ସ୍ଵାଗତ କଲେ ମଠାଧୀଶ

ଏହା ମଧ୍ୟ ପଢନ୍ତୁ ....ଶିଳ୍ପା ସେଟ୍ଟୀଙ୍କ ଲିଙ୍ଗରାଜ ମନ୍ଦିର ଫଟୋ ବିବାଦ, ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ଏହା ମଧ୍ୟ ପଢନ୍ତୁ...ଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଆଇନମନ୍ତ୍ରୀଙ୍କ ହସ୍ତକ୍ଷେପ, 'ଇସ୍କନ ସହ କଥା ହେବ ଶ୍ରୀମନ୍ଦିର ପ୍ରଶାସନ'

  • ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ପାଇଁ କେମିତି ପ୍ରସ୍ତୁତ ହୁଏ ରଙ୍ଗ !

ସମ୍ପୂର୍ଣ୍ଣ ପ୍ରକ୍ରିୟା ପାଇଁ ପ୍ରାକୃତିକ ଓ ବିଶେଷ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗ ଉପାଦନ ବ୍ୟବହାର କରନ୍ତି ଦତ୍ତ ମହାପାତ୍ର । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ ପ୍ରସ୍ତୁତ ହେଉଥିବା ବେଳେ ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀକୁ ମିଶ୍ରଣ କରାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.