ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ - Banakalagi Niti Ritual

author img

By ETV Bharat Odisha Team

Published : Jul 24, 2024, 9:00 AM IST

Banakalagi Niti Ritual: ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସଂପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ। ଅଧିକ ପଢନ୍ତୁ

Puri temple
Puri temple (Etv Bharat Odisha)

ପୁରୀ: ଆଜି ଶ୍ରୀ ମନ୍ଦିର ରେ ଶ୍ରୀବିଗ୍ରମାନଙ୍କ ବନକ ଲାଗି ନୀତି । 4 ଘଣ୍ଟା ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା .୬.୦୦ ଟା ଠାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଆଜି କୃଷ୍ଣ ତୃତୀୟା ତିଥି । ଶ୍ରୀ ମନ୍ଦିର ରେ ଶ୍ରୀବିଗ୍ରମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା .୬.୦୦ ଟା ଠାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସଂପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ।

ବନକ ଲାଗି ନୀତି ରେ ମହାପ୍ରଭୁ ଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ଥାଏ। ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁ ଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହା ମଧ୍ୟ ପଢନ୍ତୁ- ଜଗନ୍ନାଥ ସେନାକୁ ଘାରିଲା ରତ୍ନ ଲୁଟ ହେବା ଭୟ, ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟି କଲା ଏମିତି ଦାବି - RATNA BHANDAR ORNAMENTS COUNTING

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ।

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.