ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ - Banakalagi Ritual

author img

By ETV Bharat Odisha Team

Published : Apr 10, 2024, 10:36 AM IST

Banakalagi Ritual of Lord Jagannath: ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅଧିକ ପଢନ୍ତୁ

Banakalagi Ritual
Banakalagi Ritual

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ପରମ୍ପରା ଅନୁଯାୟୀ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ଏହା ମଧ୍ୟ ପଢନ୍ତୁ-ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ, ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାମୂର୍ତ୍ତି

ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ଶ୍ରୀବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ଓ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.