ETV Bharat / state

ଆଜି ବନକଲାଗି ନୀତି, ଶ୍ରୀମନ୍ଦିରରେ 4 ଘଣ୍ଟା ପାଇଁ ଦର୍ଶନ ବନ୍ଦ - LORD JAGANNATH BANAKALAGI RITUALS

ଆଜି ହେଉଛି କୃଷ୍ଣ ପକ୍ଷ ତୃତୀୟା ତିଥି । ମହାପ୍ରଭୁଙ୍କ ବନକଲାଗି ନୀତି । ଏଥି ପାଇଁ ସଂଧ୍ୟାରେ 4ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।

LORD JAGANNATH BANAKALAGI RITUALS
LORD JAGANNATH BANAKALAGI RITUALS (ETV Bharat Odisha)
author img

By ETV Bharat Odisha Team

Published : Nov 27, 2024, 3:15 PM IST

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ହେଉଛି କୃଷ୍ଣପକ୍ଷ ତୃତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ ।

କ'ଣ ଏହି ବନକଲାଗି ନୀତି ?

LORD JAGANNATH BANAKALAGI RITUALS
LORD JAGANNATH BANAKALAGI RITUALS (ETV Bharat Odisha)

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ କବଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।

କେଉଁ ସେବାୟତ ନିୟୋଜିତ ହୁଅନ୍ତି:

ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାର୍ଯ୍ୟ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ଶ୍ରୀବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।

ଏହା ମଧ୍ୟ ପଢନ୍ତୁ...ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି, ସଂଧ୍ୟା 5ଟାରୁ ଦର୍ଶନ ବନ୍ଦ

ଏହା ମଧ୍ୟ ପଢନ୍ତୁ...4ରେ ଆସୁଛନ୍ତି ରାଷ୍ଟ୍ରପତି, ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି

ଏହା ମଧ୍ୟ ପଢନ୍ତୁ...ନୌସେନା ଦିବସ: ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଲାଣି ପୁରୀ

କେଉଁଠି ବନକଲାଗି ନୀତି ପାଇଁ ରଙ୍ଗ ପ୍ରସ୍ତୁତ ହୁଏ ?

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗ ଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.