ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ସନ୍ଧ୍ୟାରୁ 3 ଘଣ୍ଟା ବନ୍ଦ ରହିବ ଦର୍ଶନ - ବନକଲାଗି ନୀତି

Banakalagi Ritual: ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅଧିକ ପଢନ୍ତୁ

Banakalagi Ritual
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
author img

By ETV Bharat Odisha Team

Published : Feb 21, 2024, 6:56 AM IST

ପୁରୀ: ଆଜି (ବୁଧବାର) ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଥାନ୍ତି ।

ପରମ୍ପରା ଅନୁଯାୟୀ, ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତମହାପାତ୍ର କୁହାଯାଏ ।

ଏହା ମଧ୍ୟ ପଢନ୍ତୁ - ଆଜି ଶ୍ରୀଜିଉଙ୍କ ବନକଲାଗି, ସନ୍ଧ୍ୟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଏହା ମଧ୍ୟ ପଢନ୍ତୁ - ମାମୁଁ ମାଧବାନନ୍ଦଙ୍କୁ ଖଣ୍ଡୁଆ ପାଟ ପଠାଇଲେ ମହାପ୍ରଭୁ ଜଗନ୍ନାଥ

ଦତ୍ତମହାପାତ୍ରଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.