ETV Bharat / state

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ: ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ମହାପ୍ରଭୁ, କାଲି ଏହି ରୂପରେ ଦେବେ ଦର୍ଶନ - banbhoji rituals in shree mandir

author img

By ETV Bharat Odisha Team

Published : Aug 28, 2024, 1:54 PM IST

BANBHOJI RITUALS IN SHREE MANDIR: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଏହି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ । ଅଧିକ ପଢନ୍ତୁ

BANBHOJI RITUALS IN SHREE MANDIR
BANBHOJI RITUALS IN SHREE MANDIR (ETV Bharat Odisha)

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ । ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଦ୍ଧ ଓ ଅର୍ଘାସୁର ବଦ୍ଧ ନୀତି ଅନୁଷ୍ଠିତ ହେବ । ଗତ ମଙ୍ଗଳବାର ଦିନ ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ ।
ମହାପ୍ରଭୁଙ୍କ ବନଭୋଜି ବେଶର ମହତ୍ତ୍ବ :

ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେଉଛି । ଗୋପଲୀଳା ସମୟରେ ପ୍ରଭୁ ଶ୍ରୀକୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି । ଏହି ପରମ୍ପରାକୁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ । ଆଜି ମଧ୍ୟାହ୍ନ ଧୂପ ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କଠାରୁ ଆଜ୍ଞାମାଳ ଅଣାଯାଇ ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରାଯାଇଥିଲା । ଏହା ପରେ ରାମକୃଷ୍ଣ ପାଲିଙ୍କିରେ ବିଜେ କରି ବଡ଼ଛତା ମଠ ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ଅନୁଷ୍ଠିତ ହେବା ସହ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି କରାଯିବ ।

ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ମହାପ୍ରଭୁ:

ବନଭୋଜି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ ସହ ମସ୍ତକରେ ସୋଲ,ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସାଯାଇଥାଏ । ଏହାଛଡ଼ା ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ତାୟମାନ ଅବସ୍ଥାରେ ରଖାଯାଇଥାଏ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇଥିଲେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିଥିଲେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀ ଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ରଙ୍କ ଦ୍ବାରା ବନ୍ଦାପନା କରାଯାଇଥିଲା ।

ଏହା ମଧ୍ୟ ପଢନ୍ତୁ .....ଉତ୍ସବମୁଖର ଶ୍ରୀକ୍ଷେତ୍ର: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନନ୍ଦୋତ୍ସବ ନୀତି - JANMASTAMI IN PURI

ଆସନ୍ତାକାଲି କାଳୀୟଦଳନ ବେଶ:

ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଏହି ବଶରେ ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ । ଏପଟେ ଶ୍ରୀମନ୍ଦିରରେ ଆଜି ବନଭୋଜି ବେଶ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତା କାଲି କାଳୀୟଦଳନ ବେଶ ଓ ପହରଦିନ ପ୍ରଳମ୍ୱାଶୁର ବଧ ବେଶ ଓ ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.