ETV Bharat / state

ମାହାଲମାଣ୍ଡା ସୃଷ୍ଟି କରିବାରେ ଧର୍ମେନ୍ଦ୍ରଙ୍କ ବଡ ଭୂମିକା: ପ୍ରଣବ - mahalmanda

BJD MLA Pranab Targets To Dharmendra: ମାହାଲମାଣ୍ଡାକୁ ନେଇ ରାଜ୍ୟ ରାଜନୀତିରେ ଝଡ । ଧର୍ମେନ୍ଦ୍ରଙ୍କୁ କଡା ଜବାବ ଦେଲେ ବିଧାୟକ ପ୍ରଣବ ପ୍ରକାଶ ଦାସ । ଅଧିକ ପଢନ୍ତୁ

ମାହାଲମାଣ୍ଡା ସୃଷ୍ଟି କରିବାରେ ଧର୍ମେନ୍ଦ୍ରଙ୍କର ବଡ ଭୂମିକା : ପ୍ରଣବ

author img

By ETV Bharat Odisha Team

Published : Jan 21, 2024, 8:32 AM IST

ଭୁବନେଶ୍ୱର: ମାହାଲମାଣ୍ଡାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି । କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତାକୁ ନେଇ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଥିଲା । ଆଡମିଟ୍ କାର୍ଡରେ ସାଙ୍ଘାତିକ ତ୍ରୁଟି ଦେଖାଦେଇଥିଲା । ପରୀକ୍ଷାର୍ଥୀଙ୍କ ନାଁ 'ମାହାଲମାଣ୍ଡା' ଲେଖାଥିବା ଜଣାପଡିଥିଲା । ହେଲେ ଏହି ମାହାଲମାଣ୍ଡା କିଏ ? ଏହାରି ଭିତରେ ରାଜ୍ୟ ରାଜନୀତିରେ ମଧ୍ୟ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଗଲାଣି । ଗୋଟିଏ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ରାଜ୍ୟରେ ମାହାଲମାଣ୍ଡା ସରକାର ଚାଲିଛି । ଏହାକୁ ନେଇ କଡା ଜବାବ ଦେଇଛନ୍ତି ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ।

  • ଆପଣଙ୍କ ସଂସ୍ଥା EdCIL କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ, ଏମ୍ସ, ଭାରତୀୟ ସେନା ଏବଂ ଅନ୍ୟ ସଂସ୍ଥା ପାଇଁ ହଜାର ହଜାର ସଂଖ୍ୟାରେ ନିଯୁକ୍ତି କରିଥାଏ। ସେଠି ମଧ୍ୟ କଣ ଅନିୟମିତତା ହୋଇଥିବା ଆପଣ କହିବାକୁ ଚାହୁଁଛନ୍ତି?

    — Pranab Prakash Das (@pranabpdas) January 20, 2024 " class="align-text-top noRightClick twitterSection" data=" ">

ସେ କହିଛନ୍ତି ଯେ, ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଜାଣିଶୁଣି ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ରଙ୍କ କଥା ଶୁଣି ଲୋକେ ହସିଲେଣି । ଶିକ୍ଷକ ନିଯୁକ୍ତି କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି । ମାହାଲମାଣ୍ଡାକୁ ସୃଷ୍ଟି କରିବାରେ ଧର୍ମେନ୍ଦ୍ରଙ୍କର ବଡ ଭୂମିକା ରହିଥିବା କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏକ୍ସରେ ପୋଷ୍ଟ କରି ଧର୍ମେନ୍ଦ୍ରଙ୍କୁ ଜବାବ ଦେଇଛନ୍ତି ପ୍ରଣବ ।

ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ଧର୍ମେନ୍ଦ୍ର ଭାଇ ଆପଣ ବୋଧେ ଜାଣିନାହାନ୍ତି । କିମ୍ବା ଜାଣିକି ନାଟକ କରୁଛନ୍ତି । ଶିକ୍ଷକ ନିଯୁକ୍ତିର ପୂରା ପ୍ରକ୍ରିୟା କେନ୍ଦ୍ରୀୟ ସଂସ୍ଥା ଇଡିସିଆଇଏଲ ଜରିଆରେ କରାଯାଇଛି । ଯାହା ଆପଣଙ୍କ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଛି । ଏହି କେନ୍ଦ୍ରୀୟ ସଂସ୍ଥାଟି ‘ମିନି ରତ୍ନ’ ବର୍ଗରେ ଆସୁଛି । ଆପଣ କ’ଣ କହିବାକୁ ଚାହୁଁଛନ୍ତି ଯେ ଆପଣଙ୍କ ନିଜସ୍ୱ ସଂସ୍ଥା ନିଯୁକ୍ତ ପ୍ରକ୍ରିୟାରେ ଜାଲିଆତି କରିଛି ?

ଏହା ମଧ୍ୟ ପଢନ୍ତୁ...ଆଡମିଟ୍ କାର୍ଡରେ ସାଙ୍ଘାତିକ ତ୍ରୁଟି, ପରୀକ୍ଷାର୍ଥୀଙ୍କ ନାଁ 'ମାହାଲମାଣ୍ଡା'

ପ୍ରଣବ ଏହା ବି ଦର୍ଶାଇଛନ୍ତି ଯେ, କେନ୍ଦ୍ରୀୟ ସଂସ୍ଥା ଇଡିସିଆଇଏଲ୍ କେନ୍ଦ୍ରୀୟ ବିଦ୍ୟାଳୟରୁ ଆରମ୍ଭ କରି ଜବାହାର ନବୋଦୟ ବିଦ୍ୟାଳୟ, ଏମସ, ଭାରତୀୟ ସେନା ଏବଂ ଅନ୍ୟାନ୍ୟ ସଂସ୍ଥା ପାଇଁ ହଜାର ହଜାର ସଂଖ୍ୟାରେ ନିଯୁକ୍ତି କରିଥାଏ । ସେଠି ମଧ୍ୟ କ’ଣ ଅନିୟମିତତା ହୋଇଥିବା ଆପଣ କହିବାକୁ ଚାହୁଁଛନ୍ତି ? ଧର୍ମେନ୍ଦ୍ରଙ୍କ ଉଦ୍ଦେଶ୍ୟରେ ପ୍ରଣବ ପୁଣି କହିଛନ୍ତି ଯେ, ଆପଣଙ୍କ ନିଜ ସଂସ୍ଥା ନିଯୁକ୍ତି କରିଛି । ହେଲେ କିଛି ନବୁଝି ଡାହା ମିଛ ଓ ନିରାଧାର କଥା କହିବାରେ ଆପଣଙ୍କ ଅହେତୁକ ଆଗ୍ରହ । ଏହା ଦେଖି ଲୋକେ ହସିବା ଆରମ୍ଭ କଲେଣି । ଲାଗୁଛି ମାହାଲମାଣ୍ଡାକୁ ସୃଷ୍ଟି କରିବାରେ ଆପଣଙ୍କର ବଡ ଭୂମିକା ରହିଛି ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.