ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଶିଳ୍ପ ପ୍ରକଳ୍ପର ସମୀକ୍ଷା; କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ସିଏସଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ - CM Reviews Industrial Projects

author img

By ETV Bharat Odisha Team

Published : Aug 3, 2024, 10:58 PM IST

CM Mohan Majhi Reviewed Progressof Industrial Projects: ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟେକ୍ସଟାଇଲ୍, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ଉପରେ ଗୁରୁତ୍ୱ ପ୍ରଦାନ କରିବାକୁ ଦେଲେ ପରାମର୍ଶ । ଅଧିକ ପଢ଼ନ୍ତୁ

Chief Minister Mohan Charan Majhi
Chief Minister Mohan Charan Majhi (ETV Bharat Odisha)

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତିର ସମୀକ୍ଷା କରିଛନ୍ତି । ଲୋକସେବା ଭବନରେ ଆୟୋଜିତ ବୈଠକରେ ସେ ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ଲକ୍ଷ୍ୟ:
ମୁଖ୍ୟମନ୍ତ୍ରୀ କହିଛନ୍ତି, "ଆଗାମୀ ୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି । ତେଣୁ ଏସବୁ କ୍ଷେତ୍ରରେ ଅଧିକ ଶିଳ୍ପ ପ୍ରତିଷ୍ଠା କରିବାକୁ ପଡିବ । ଏ ଦିଗରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଏ ସବୁ କ୍ଷେତ୍ରରେ ଓଡିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ମଧ୍ୟ ସେ ପରାମର୍ଶ ଦିଆଯାଇଛି ।"

CM Mohan Majhi Reviews Progress of Industrial Projects
CM Mohan Majhi Reviews Progress of Industrial Projects (ETV Bharat Odisha)
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ:କେନ୍ଦୁଝର ପରି ଖଣିଜ ସମ୍ପଦ ସମୃଦ୍ଧ ଜିଲ୍ଲାରେ ଏ ପର୍ଯ୍ୟନ୍ତ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପିତ ହୋଇପାରିନାହିଁ । ଜିଲ୍ଲାରେ ଖଣିଜ ସମ୍ପଦ ସହ ଜମି, ଜଳ, ବିଦ୍ୟୁତ, ଯୋଗାଯୋଗର ସୁବିଧା ଆଦି ସବୁ ଆନୁଷଙ୍ଗିକ ଭିତ୍ତିଭୂମିର ସୁବିଧା ମଧ୍ୟ ରହିଛି । ତେଣୁ ସେଠାରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଉଦ୍ୟମ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯିବ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ବିଭିନ୍ନ ଆଗ୍ରହୀ ଶିଳ୍ପ ସଂସ୍ଥା ସହିତ ଆଲୋଚନା କରାଯାଇ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ।

୧୮୩ ଶିଳ୍ପ କାମ ଆରମ୍ଭ ଓ ୭୪ ଶିଳ୍ପ କାର୍ଯ୍ୟକ୍ଷମ:ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ବିଭିନ୍ନ କ୍ଷେତ୍ରର ଶିଳ୍ପ ପ୍ରତିଷ୍ଠାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଉପସ୍ଥାପନା କରିଛନ୍ତି । ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ କହିଛନ୍ତି, "ରାଜ୍ୟରେ ୨୦୧୬ରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮୯ଟି ଶିଳ୍ପ ପ୍ରତିଷ୍ଠା ପାଇଁ ଆବେଦନ ଆସିଛି । ୬୭୪ଟି ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ ଅଥରିଟି ଦ୍ୱାରା ଅନୁମୋଦନ ହୋଇଛି । ସେଥି ମଧ୍ୟରୁ ୩୫୨ଟି ପ୍ରକଳ୍ପକୁ ଜମି ହସ୍ତାନ୍ତର ହୋଇଛି । ଏତଦ ବ୍ୟତrତ ୧୮୩ଟି ପ୍ରକଳ୍ପ ଶିଳ୍ପ ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି । ୭୪ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇଛି । ସେହିପରି ରାଜ୍ୟରେ ୧୨ଟି ବୈଦେଶିକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି । ୪୧ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ନିବେଶ ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ।"ଶିଳ୍ପ ପ୍ରତିଷ୍ଠା ପାଇଁ ବିପୁଳ ସୁଯୋଗ:ଶିଳ୍ପ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ କହିଛନ୍ତି, "ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ପାଇଁ ବିପୁଳ ସୁଯୋଗ ରହିଛି । ଏ ଦିଗରେ ସମସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ ହେବା ଦରକାର । ସରକାରୀ ସ୍ତରରେ ଶିଳ୍ପ ସଂସ୍ଥାଙ୍କୁ ଉପଯୁକ୍ତ ସୁଯୋଗ ଯୋଗାଇ ଦେବାକୁ ପଡିବ । ଏହା ସହିତ ସେମାନଙ୍କ ସମସ୍ତ ଆବଶ୍ୟକତା ପୂରଣ ଦିଗରେ ସରକାରଙ୍କ ସମସ୍ତ ସଂପୃକ୍ତ ବିଭାଗ ସହଯୋଗ ଯୋଗାଇଦେବା ଜରୁରୀ ।"

ଏହା ମଧ୍ୟ ପଢ଼ନ୍ତୁ...୩୦ ଜିଲ୍ଲା ବୁଲିବେ ୧୫ ମନ୍ତ୍ରୀ, ବଜେଟର ବିଭିନ୍ନ ଦିଗ ଉପରେ କରିବେ ଆଲୋଚନା - Ministers To Visit 30 Districts

ଆଜିର ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆ ଓ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.