ETV Bharat / state

ଆଜି ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ଓ ପ୍ରଭାତୀ - CM DY CM Delhi visit

author img

By ETV Bharat Odisha Team

Published : Jun 26, 2024, 10:52 AM IST

Updated : Jun 26, 2024, 6:56 PM IST

CM Mohan Majhi Delhi visit: ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ଓ ପ୍ରଭାତୀ । ପ୍ରଧାନମନ୍ତ୍ରୀଙ୍କ ସହ କରିବେ ଆଲୋଚନା । ଅଧିକ ପଢନ୍ତୁ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ଓ ପ୍ରଭାତୀ
ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ଓ ପ୍ରଭାତୀ (ETV Bharat Odisha)

ଭୁବନେଶ୍ବର: ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଏହି ଗସ୍ତରେ ସାମିଲ ହେବେ । ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ କେନ୍ଦ୍ରୀୟ ନେତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ମୁଖ୍ୟମନ୍ତ୍ରୀ ମୋହନଙ୍କ ପ୍ରଥମ ଦିଲ୍ଲୀ ଗସ୍ତ ।

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ଓ ପ୍ରଭାତୀ (ETV Bharat Odisha)

ହସ୍ତଗତ ହୋଇଥିବା ସୂଚନା ଅନୁସାରେ, ଏହି 3 ନେତା ପ୍ରଧାନମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିବେ । ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଏହା ସହ ବିଜେପି ନିର୍ବାଚନ ବେଳେ ଘୋଷଣା କରିଥିବା ଗ୍ୟାରେଣ୍ଟିଂ ସମ୍ପର୍କରେ ମଧ୍ୟ ଆଲୋଚନା ହେବା ନେଇ ଅନୁମାନ କରାଯାଉଛି । ଏବେ ଦେଶ ଓ ରାଜ୍ୟରେ ବିଜେପିର ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିଛି । ଆଗାମୀ ଦିନରେ ଓଡ଼ିଶାରେ ବିଜେପି ସରକାର କିଭଳି କାମ କରିବ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ପାଇଁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ କିଭଳି ରାଜ୍ୟରେ ମୋହନ ସରକାର କାର୍ଯ୍ୟକାରୀ କରିବେ, ସେନେଇ ମୁଖ୍ୟମନ୍ତ୍ରୀ ମୋହନ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବେ ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି," ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଡାକରା ଆସିଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଓ ଆମେ ଦିଲ୍ଲୀ ଯିବୁ । ଆସନ୍ତାକାଲି ଆମେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ବିକଶିତ ଓଡିଶା ରୋଡ଼ ମ୍ୟାପକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ । ରଥଯାତ୍ରା ସୁରୁଖୁରୁରେ କରିବା ପାଇଁ ରାଜ୍ୟ ସରକାର ସମସ୍ତ ପଦକ୍ଷେପ ନେଇଛନ୍ତି । "

12 ତାରିଖରେ ଭୁବନେଶ୍ବରରେ ହୋଇଥିବା ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, ଶାହ, ନଡ୍ଡା ଓ ରାଜନାଥ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏହାର ଗୋଟିଏ ଦିନ ପୂର୍ବରୁ ରାଜ୍ୟରେ ଲାଗି ରହିଥିବା ମୁଖ୍ୟମନ୍ତ୍ରୀ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇ ଆଦିବାସୀ ଚେହେରା ତଥା 4ଥରର ବିଧାୟକ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରିଥିଲେ ଦଳର କେନ୍ଦ୍ରୀୟ ନେତୃତ୍ବ ।

ଏହା ମଧ୍ୟ ପଢନ୍ତୁ :-ଲୋକସଭାରେ ବିରୋଧୀ ଦଳ ନେତା ହେଲେ ରାହୁଲ, ୧୦ବର୍ଷ ପରେ କଂଗ୍ରେସକୁ ମିଳିଲା ପଦ - Rahul Gandhi Leader of Opposition

ରାଜ୍ୟରେ ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ମୋହନଙ୍କ ନାମରେ ଔପଚାରିକ ମୋହର ଲାଗିଥିଲା । ଏହାର ପରଦିନ ରାଜ୍ୟରେ ବିଜେପି ସରକାର ଶପଥ ଗ୍ରହଣ କରିଥିଲା । ବିଜେପି ସରକାର ଶାସନ ଆରମ୍ଭ କରିବା ପରେ ଆଜି ପ୍ରଥମ ଥର ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ରୀୟ ନେତୃତ୍ବଙ୍କୁ ଭେଟିବାକୁ ଦିଲ୍ଲୀ ଯାଉଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 26, 2024, 6:56 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.