ETV Bharat / state

ଯାଜପୁରରେ ୮୭ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

5T transformed School: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁରରେ ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଏବେସୁଦ୍ଧା ରାଜ୍ୟରେ ୮୬୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Feb 13, 2024, 6:53 AM IST

5T transformed School
୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି 5T ସ୍କୁଲ ରୂପାନ୍ତରଣ ଅଭିଯାନ । ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁରରେ ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ୩ଟି ପର୍ଯ୍ୟାୟରେ ରାଜ୍ୟରେ ସ୍କୁଲ ରୂପାନ୍ତରିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ସର୍ବମୋଟ୍ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି ।

ଭର୍ରୁଆଲ ମାଧ୍ୟମରେ ଏହି ରୂପାନ୍ତରିତ ସ୍କୁଲର ଲୋକାପର୍ଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଯାଜପୁର ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, "ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି । ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ।"

ଏହି କାର୍ଯ୍ୟକ୍ରମରେ ବାଚସ୍ପତି ପ୍ରମିଳା ମଲ୍ଲିକ କହିଛନ୍ତି, "ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁଁ ଯାଜପୁରର କୋଣ ଅନୁକୋଣରେ ରହୁଥିବା ସାଧାରଣ ମଣିଷ ତା'ର ପିଲାର ଭଲ ପାଠ ପଢିବା ଚିନ୍ତାରୁ ମୁକ୍ତ ହୋଇଛି । ସାଧାରଣ ଗରିବ ପିଲା ଆଜି ଭଲ ପାଠ ପଢିବା ପାଇଁ ଆଉ ସହରକୁ ଯିବାକୁ ପଡିବ ନାହିଁ । ଘର ପାଖରେ ମୁଖ୍ୟମନ୍ତ୍ରୀ ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓ 5T ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆଜି ଓଡିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତର ଆସିଛି ।"

ଏହାମଧ୍ୟ ପଢନ୍ତୁ...ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟ, ନବରଙ୍ଗପୁରରେ ୫୪ ସ୍କୁଲ ଲୋକାର୍ପିତ

ଅନ୍ୟପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ କହିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ପିଲାଙ୍କୁ ମାଗଣାରେ ବହି, ମଧ୍ୟାହ୍ନ ଭୋଜନ ଓ ପୋଷାକ ଦିଆଯାଉଛି । ଯାହା ଅନ୍ୟ ରାଜ୍ୟରେ ପ୍ରାୟତଃ ଦେଖାଯାଉ ନାହିଁ । କେବଳ ପିଲାମାନଙ୍କ ପ୍ରତି ନୁହେଁ, ସମାଜର ସବୁ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇ ଜଣେ ଅନୁଭବୀ ଓ ଦରଦି ମଣିଷ ଭାବେ ମୁଖ୍ୟମନ୍ତ୍ରୀଙ୍କ ନାଁ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ଉତ୍ତମ ଶିକ୍ଷା ଦାନ ପାଇଁ ସବୁ ବ୍ୟବସ୍ଥା କରିଛନ୍ତି ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସ୍କୁଲ ରୂପାନ୍ତରଣକୁ ନେଇ କହିଛନ୍ତି, "5T ରୂପାନ୍ତରଣ ସରକାରୀ ସ୍କୁଲଗୁଡିକର ଗୁରୁତ୍ୱ ବୃଦ୍ଧି କରିଛି । ଯାଜପୁରର ୮୭ଟି ବିଦ୍ୟାଳୟ ସହିତ ରାଜ୍ୟର ୩୦ଟି ଜିଲ୍ଲାରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଛି । ୨୦୨୧ ଫେବୃଆରୀ ମାସରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହା ଏକ କାର୍ଯ୍ୟକ୍ରମ ମଧ୍ୟରେ ସୀମିତ ନ ରହି ଏକ ଆନ୍ଦୋଳନରେ ପରିଣତ ହୋଇଛି । ସମସ୍ତଙ୍କ ସହଯୋଗରେ ରାଜ୍ୟର ୮୬୮୧ଟି ସ୍କୁଲ ରୂପାନ୍ତରଣ ହୋଇଛି ।"

ସେହିଭଳି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, "ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାର ରୂପାନ୍ତରଣ ହେଉଛି । ନୂଆ ଓଡିଶା ଗଠନର ଦୁଇଟି ଗୁରୁତ୍ବପୂର୍ଣ୍ଣ ଦିଗ । 5Tର ଉପଯୋଗରେ ଏହି ଦୁଇଟି ଯାକ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆସି ଆଜି ଓଡିଶା ଏକ ଉଦାହରଣୀୟ ସ୍ଥାନରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀଙ୍କର ଏହି ଯୁଗାନ୍ତକାରୀ ପଦକ୍ଷପ ଯୋଗୁଁ ସବୁ ସ୍କୁଲର ରୂପାନ୍ତରଣ ହୋଇଛି । ସରକାରୀ ସ୍କୁଲରେ ଘରୋଇ ସ୍କୁଲର ବାତାବରଣ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ପ୍ରଚେଷ୍ଟା ବଳରେ ରାଜ୍ୟର ପିଲାମାନେ ଶିକ୍ଷା ମାଧ୍ୟମରେ ନିଶ୍ଚୟ ସଶକ୍ତ ହେବେ ।"

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ, ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ସାଂସଦ ଶର୍ମୀଷ୍ଠା ସେଠୀ, ରାଜ୍ୟସଭା ସାଂସଦ ସୁଲତା ଦେଓ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଶିଷ୍ଠ ଶିକ୍ଷାବିତ, ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମଧ୍ୟ ସାମିଲ ହୋଇଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.