ETV Bharat / state

ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର; ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

author img

By ETV Bharat Odisha Team

Published : Feb 22, 2024, 9:50 PM IST

Chief Secretary Chairs High Level Meeting: ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶାର ବିଭିନ୍ନ ଜିଲ୍ଲା ଗସ୍ତ କରିବେ । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ଲାଗି ଆଜି ଅନୁଷ୍ଠିତ ହୋଇଛି ପ୍ରଶାସନିକ ପ୍ରସ୍ତୁତି ସମୀକ୍ଷା ବୈଠକ । ଅଧିକ ପଢନ୍ତୁ

ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର; ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର; ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର

ଭୁବନେଶ୍ବର: ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶାର ବିଭିନ୍ନ ଜିଲ୍ଲା ଗସ୍ତ କରିବେ । ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ, ଭୁବନେଶ୍ବର ଓ ସମ୍ବଲପୁର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ଲାଗି ଆଜି ଅନୁଷ୍ଠିତ ହୋଇଛି ପ୍ରଶାସନିକ ପ୍ରସ୍ତୁତି ସମୀକ୍ଷା ବୈଠକ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏହି ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।

ଅଧିକ ପଢନ୍ତୁ- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସୁଛନ୍ତି ରାଷ୍ଟ୍ରପତି, ୨୫ତମ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଗୃହ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ଫେବୃୟାରୀ ୨୮ ତାରିଖରେ ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ୨୯ ତାରିଖ ସକାଳେ ରାଷ୍ଟ୍ରପତି ମା’ କୀଚକେଶ୍ବରୀ ମନ୍ଦିର ପରିଦର୍ଶନ, କେନ୍ଦୁଝର ଧରଣୀଧର ବିଶ୍ବବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ । ସେହିଦିନ ଅପରାହ୍ନରେ ଭୁବନେଶ୍ବରରେ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ । ସେହିପରି ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ସେ ଯୋଗ ଦେବେ । ରାଷ୍ଟ୍ରପତିଙ୍କର ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ରାଷ୍ଟ୍ରପତି ଓଡିଶାରେ ପହଞ୍ଚିବାଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ଏ ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ରାଷ୍ଟ୍ରପତି ଗସ୍ତରେ ଯିବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ଓ ଏସପି ଭିସି ଜରିଆରେ ବୈଠକରେ ସାମିଲ ହୋଇଥିଲେ । ରାଷ୍ଟ୍ରପତିଙ୍କର ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ଏ ସବୁ ସ୍ଥାନଗୁଡିକୁ ପୂର୍ବରୁ ଭଲ ଭାବେ ଯାଞ୍ଚ କରିବା ସହ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରି ତଦନୁସାରେ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ଅଧିକ ପଢନ୍ତୁ- 29ରେ ଆସୁଛନ୍ତି ରାଷ୍ଟ୍ରପତି, ଖିଚିଂ କୀଚକେଶ୍ବରୀ ମନ୍ଦିର କରିବେ ପରିଦର୍ଶନ

ବୈଠକରେ ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ, ସ୍ବାସ୍ଥ୍ୟ ସେବା ଓ ଚିକିତ୍ସା, ଆମ୍ବୁଲାନ୍ସ, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି । ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପାନୀୟ ଜଳ ଯୋଗାଣ, ବସିବା ଏବଂ ବ୍ୟାରିକେଡିଂ ବ୍ୟବସ୍ଥା, ପାସ ବ୍ୟବସ୍ଥା, ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରମୁଖ ଉତ୍ସବ ସ୍ଥଳରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଗଣମାଧ୍ୟମକୁ ପ୍ରଦାନ କରିବା, ଇଣ୍ଟରନେଟ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା ସଂପର୍କରେ ବୈଠକରେ ବ୍ୟାପକ ଆଲୋଚନା କରାଯାଇଛି । ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ।

ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ସଂପୃକ୍ତ ବିଭିନ୍ନ ବିଭାଗର ଶାସନ ସଚିବ, ପୋଲିସ ଡିଜି ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀ ,ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.