ETV Bharat / state

ବ୍ଲକଗ୍ରାଣ୍ଟ ଶିକ୍ଷାନୁଷ୍ଠାନ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି

author img

By ETV Bharat Odisha Team

Published : Mar 10, 2024, 3:22 PM IST

CM Announcement: ରାଜ୍ୟର ସମସ୍ତ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନୁଷ୍ଠାନରେ କାର୍ଯ୍ୟରତ ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ପାଇଁ ବାର୍ଷିକ ୧୫ ଦିନର ସାମୟିକ ଛୁଟି ବଢ଼ାଇଲେ ରାଜ୍ୟ ସରକାର । ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟରତ ବ୍ଲକଗ୍ରାଣ୍ଟ କର୍ମଚାରୀଙ୍କୁ ଅମୁକମ୍ପାମୂଳକ ସହାୟତା ରାଶିରେ ବୃଦ୍ଧି । ଅଧିକ ପଢ଼ନ୍ତୁ

CM Announcement
CM Announcement

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ଼ ଘୋଷଣା । ରାଜ୍ୟର ସମସ୍ତ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନୁଷ୍ଠାନରେ କାର୍ଯ୍ୟରତ ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ପାଇଁ ବାର୍ଷିକ ୧୫ ଦିନର ସାମୟିକ ଛୁଟି ବଢ଼ାଇଲେ ରାଜ୍ୟ ସରକାର । ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଓ ମହିଳା କର୍ମଚାରୀଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ରାଜ୍ୟର ମୋଟ ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ ଓ ୧୩୮ ମଦ୍ରାସାରେ କାର୍ଯ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ । ଏହା ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀ ମାନଙ୍କୁ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ସବୈତନିକ ମାତୃତ୍ବ ଛୁଟି ମିଳିବ । ଏହି ଛୁଟି ସମୟରେ ସେମାନଙ୍କ ଦରମା ଯଥା ସମୟରେ ସେମାନଙ୍କ ଖାତାରେ ପହଞ୍ଚିବ । ସେହିଭଳି ବ୍ଲକଗ୍ରାଣ୍ଟ ପାଇବା ଦିନଠାରୁ ୧୬ ବର୍ଷ ପରେ ଅନୁଦାନପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସମେଣ୍ଟ ସ୍କେଲ ସୁବିଧା ପ୍ରଦାନ କରାଯିବ । ସେହିଭଳି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କଲେ ଅନୁକମ୍ପାମୂଳକ ସହାୟତା (Ex-Gratia) ରାଶି ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସେବା ସମୟରେ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ମଧ୍ୟ ଅନୁକମ୍ପାମୂଳକ ସହାୟତା ରାଶି ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ବଢ଼ିଲା ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି, ଉପକୃତ ହେବେ 59509

ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟରତ ବ୍ଲକଗ୍ରାଣ୍ଟ କର୍ମଚାରୀଙ୍କୁ ୬୦ ବର୍ଷ ବୟରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବେ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କୁ ଯଥାକ୍ରମେ ୧୦ ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି । 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ବ୍ଲକଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଙ୍ଘ ଗୁଡ଼ିକ ପକ୍ଷରୁ ଏନେଇ ପ୍ରସ୍ତାବ ଆସିଥିଲା । ମୁଖ୍ୟମନ୍ତ୍ରୀ ଏନେଇ ଆଲୋଚନା କରିବା ପରେ ଏ ସମସ୍ତ ପ୍ରସ୍ତାବ ଉପରେ ଏଭଳି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିରେ ପ୍ରାୟ ୧୭,୫୦୦ କର୍ମଚାରୀ ଉପକୃତ ହେବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.