ETV Bharat / state

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ଦେଲେ ୬ ପ୍ରସ୍ତାବ - CM MOHAN MAJHI IN DELHI

ଦିଲ୍ଲୀରେ ଆୟୋଜିତ ସେଣ୍ଟ୍ରାଲ ହିନ୍ଦୀ କମିଟି ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ୬ଟି ପ୍ରସ୍ତାବ ରଖିଛନ୍ତି ।

CM Mohan Majhi
CM Mohan Majhi (ETV Bharat Odisha)
author img

By ETV Bharat Odisha Team

Published : Nov 4, 2024, 9:00 PM IST

Updated : Nov 4, 2024, 9:06 PM IST

ଭୁବନେଶ୍ୱର: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମରର ସାମିଲ ହୋଇଛନ୍ତି । ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ୬ଟି ପ୍ରସ୍ତାବ ରଖିଛନ୍ତି ।

Central Hindi Committee Meeting
Central Hindi Committee Meeting (ETV Bharat Odisha)

ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର:

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ୬ ଟି ପ୍ରସ୍ତାବ ରଖିଛନ୍ତି । ସେଗୁଡିକ ହେଲା ଓଡ଼ିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ ରାଜ୍ୟରେ ଅଧିକ ସଂଖ୍ୟକ ହିନ୍ଦୀ ଶିକ୍ଷକ ସୃଷ୍ଟି କରିବା । ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଛି । ଓଡିଆ-ହିନ୍ଦୀ ଅନୁବାଦ କେନ୍ଦ୍ର ପ୍ରତିଷ୍ଠା । ଓଡ଼ିଆ ଓ ହିନ୍ଦି ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନୁବଦ୍ୟ ସାହିତ୍ୟିକ କୃତି ଏବଂ ଅନ୍ୟାନ୍ୟ ରଚନା ଗୁଡିକର ଅନୁବାଦ ଆବଶ୍ୟକ । ଏଥିପାଇଁ କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ଥିକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।

ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମ:
ଅଧିକ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମର ଆୟୋଜନ ପାଇଁ ମଧ୍ୟ ଆଲୋଚନା ହୋଇଛି । ହିନ୍ଦୀ ଏବଂ ଓଡିଆ ଭାଷା ଓ ସାହିତ୍ୟ ମଧ୍ୟରେ ଅଧିକ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ଆବଶ୍ୟକ । ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର କବି, ସାହିତ୍ୟିକ, ଲେଖକ ଓ ବୁଦ୍ଧିଜୀବୀମାନେ ଅଂଶଗ୍ରହଣ କରିବା ଆବଶ୍ୟକ । ଏହାଦ୍ୱାରା ହିନ୍ଦୀ ଓ ଓଡିଆ ମଧ୍ୟରେ ସାହିତ୍ୟିକ ଓ ସାଂସ୍କୃତିକ ସମ୍ବନ୍ଧ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଛନ୍ତି । ଉଭୟ ଭାଷାରେ ଅନୁସନ୍ଧାନ ଓ ଗବେଷଣା ପାଇଁ ଓଡିଶାରେ ଏକ ଇଣ୍ଟର-ଲାଙ୍ଗୁଏଜ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟର ସ୍ଥାପନା କରାଯିବା ଆବଶ୍ୟକ । ଏହାଦ୍ୱାରା ଉଭୟ ଭାଷାର ପାରସ୍ପରିକ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହା ବି ପଢନ୍ତୁ...ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ତୃତୀୟ ସପ୍ତାହରେ ଯିବେ ବିଦେଶ !

ଏହା ବି ପଢନ୍ତୁ...ଝାଡ଼ଖଣ୍ଡରେ ଉଠିଲା ଓଡ଼ିଆ ଅସ୍ମିତା, ଏମିତି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ - CM Mohan Majhi In Jharkhand

କେନ୍ଦ୍ରୀୟ ଅନୁଦାନ ପାଇଁ ପ୍ରସ୍ତାବ:

ଶିକ୍ଷା ବ୍ୟବସ୍ଥାରେ ହିନ୍ଦୀ ଶିକ୍ଷାଦାନ ପାଇଁ ଆବଶ୍ୟକୀୟ ସମ୍ବଳ ପାଇଁ ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଏବଂ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଛନ୍ତି । ଏହା ସହିତ ହିନ୍ଦୀ ସାହିତ୍ୟର ବିକାଶ ପାଇଁ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଶିକ୍ଷା ପ୍ରତିଷ୍ଠାନ ଗୁଡିକୁ ସ୍ୱତନ୍ତ୍ର ଅନୁଦାନ ଏବଂ ସହଯୋଗ ପ୍ରଦାନ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମନ୍ତ୍ରୀ ମଣ୍ତଳର ଅନେକ ସଦସ୍ୟ, କଟକ ସାଂସଦ ଭର୍ତ୍ତୃହରି ମହତାବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ୱର

Last Updated : Nov 4, 2024, 9:06 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.