ETV Bharat / state

ପୁନରୁଦ୍ଧାର ସହ ବିକଶିତ ହେବ ସତ୍ୟବାଦୀ ବକୁଳବନ - BAKULA BANA DEVELOPMENT

ସତ୍ୟବାଦୀ ବକୁଳବନର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ହେବ । ଐତିହ୍ୟ ଓ ପରମ୍ପରା ସଂପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ।

CM Mohan Charan Majhi
CM Mohan Charan Majhi (ETV Bharat Odisha)
author img

By ETV Bharat Odisha Team

Published : Feb 7, 2025, 8:46 AM IST

ଭୁବନେଶ୍ବର: ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ । ଏହାକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ । ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ ପାଇଁ ଉଦ୍ୟମ । ଏହାର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

Bakulabana Development
Bakulabana Development (ETV Bharat Odisha)

ବକୁଳବନ ବିକାଶ:

ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର । ଲୋକସେବା ଭବନରେ ଏନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ହୋଇଛି । ଲୋକସେବା ଭବନରେ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି ।

ଐତିହ୍ୟ ଓ ପରମ୍ପରା ସଂପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ ପାଇଁ ଉଦ୍ୟମ:

ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରାଯିବ । ଏହା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମନୋଜ କୁମାର ସାହୁ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢ଼ନ୍ତୁ...

ବୋଲ ମାନୁ ନାହାନ୍ତି ବାବୁ ! ତାଗିଦ ପରେ ଯାଉନାହାଁନ୍ତି ଜିଲ୍ଲା, ସାନି ନିର୍ଦ୍ଦେଶକୁ ବିରୋଧୀଙ୍କ ସମାଲୋଚନା

'ବିକଶିତ ଗାଁ ବିକଶିତ ଓଡ଼ିଶା'କୁ ନେଇ ରାଜନୀତି, ବିଜେଡି ଅଭିଯୋଗର ଉତ୍ତର ରଖିଲା ବିଜେପି

ପୁନରୁଦ୍ଧାର ସହ ବିକଶିତ ହେବ ସତ୍ୟବାଦୀ ବକୁଳବନ:

ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ସେ ସମୟରେ ଓଡିଶାର ବହୁ ଜଣାଶୁଣା ପଣ୍ଡିତ, ଜ୍ଞାନୀ, ଦେଶଭକ୍ତମାନେ ଏହି ବିଦ୍ୟାଳୟର ଶିକ୍ଷକ ଥିଲେ । ତତ୍କାଳୀନ ସମୟରେ ଏହା ଓଡ଼ିଶାର ଏକ ପ୍ରତିଷ୍ଠିତ ବିଦ୍ୟାଳୟ ଭାବେ ଖ୍ୟାତି ଅର୍ଜନ କରିଥିଲା । ଆଜି ମଧ୍ୟ ଏକ ଐତିହ୍ୟ ସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ୱତନ୍ତ୍ରତା ରହିଛି । ଏହି ବକୁଳବନ ଅଞ୍ଚଳର ବିକାଶ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବ । ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ସ୍ଥାନ ପରିଦର୍ଶନ କରିବେ । ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ । ଏହା ପର୍ଯ୍ୟଟକମାନଙ୍କୁ ମଧ୍ୟ ଆକୃଷ୍ଟ କରିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.