ETV Bharat / state

ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ: ମୁଖ୍ୟମନ୍ତ୍ରୀ - I and PR Dept Review Meeting - I AND PR DEPT REVIEW MEETING

Information and Public Relation: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ କର୍ଯ୍ୟର ସମୀକ୍ଷା କରିଛନ୍ତି । ଅଧିକ ପଢ଼ନ୍ତୁ,

Information and Public Relation
Information and Public Relation (ETV Bharat Odisha)
author img

By ETV Bharat Odisha Team

Published : Jun 20, 2024, 7:33 PM IST

ଭୁବନେଶ୍ବର: ରାଜ୍ୟରେ ସରକାର ବଦଳିବା ସହିତ ବଦଳିବାରେ ଲାଗିଛି ପ୍ରଶାସନିକ ବ୍ୟବସ୍ତା। ଆଉ ଆକ୍ସନ ମୋଡ଼ରେ ଅଛନ୍ତି ମୁଖ୍ୟମନ୍ତ୍ରୀ। ଏହି କ୍ରମରେ ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗ କର୍ଯ୍ୟର ସମୀକ୍ଷା କରିଛନ୍ତି ବିଭାଗୀୟ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ରାଜ୍ୟ ଅତିଥି ଭବନରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଛନ୍ତି ।

Information and Public Relation
Information and Public Relation (ETV Bharat Odisha)

ସୂଚନା ଓ ଲୋକ ସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ଦିଗରେ ବିଶେଷ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ତେବେ ଏହି ବୈଠକରେ ଆଲୋଚନାରେ ବିଭାଗରେ ଅନେକ ପଦବୀ ଖାଲି ପଡ଼ିଥିବା ଜଣାପଡ଼ିଥିଲା। ଯାହାପରେ ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟଳୟକୁ ଅଧିକ ସୁଦୃଢ କରିବା ସହିତ ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ.. ଖାରବେଳ ଭବନରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ, ମୌଳିକ ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ଦେଲେ ନିର୍ଦ୍ଦେଶ - H and UD Minister Visit

ଏହି ବୈଠକରେ ହୋଇଥିବା ଆଲୋଚନାରେ ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ଗୁଡିକ ସଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି। ଏହା ସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିବା ଜଣାପଡ଼ିଛି । ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଛନ୍ତି । ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ତେବେ ଏହି ବୈଠକରେ ଅନେକ ଜନମଙ୍ଗଳ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.