ETV Bharat / state

'କାଶୀ-ତାମିଲ ସଙ୍ଗମ' ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ - KASHI TAMIL SANGAM

କାଶୀ-ତାମିଲ ସଙ୍ଗମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦବୋଧନ । ଓଡ଼ିଶୀ ନୃତ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତି ବିଷୟରେ କଲେ ଆଲୋକପାତ।

CM Mohan Majhi At Kashi Tamil Sangam
CM Mohan Majhi At Kashi Tamil Sangam (ETV Bharat)
author img

By ETV Bharat Odisha Team

Published : Feb 24, 2025, 9:40 PM IST

ଭୁବନେଶ୍ବର/ପ୍ରୟାଗରାଜ: କାଶୀ-ତାମିଲ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ଆମେ ସମସ୍ତେ ମହାଭାରତୀୟ ସାଂସ୍କୃତିକ ଐତିହ୍ୟର ଗୋଟିଏ ଗୋଟିଏ ଅଂଶ । ଏହା କହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଶୀ-ତାମିଲ ସଙ୍ଗମ ୩.୦ରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

CM Mohan Majhi At Kashi Tamil Sangam
CM Mohan Majhi At Kashi Tamil Sangam (ETV Bharat)

କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମ:

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାରାଣାସୀଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, "କାଶୀ-ତାମିଲ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ଭାରତର ପ୍ରତ୍ୟେକ ଅଞ୍ଚଳର ଭାଷା, ରୀତିନୀତି ଓ ପ୍ରଥା ଅଲଗା ହୋଇପାରେ । କିନ୍ତୁ ଆମ ସମସ୍ତଙ୍କର ପାରସ୍ପରିକ ସ୍ନେହ, ସୌହାର୍ଦ୍ଦ୍ୟ ଓ ଆଧ୍ୟାତ୍ମିକ ଚିନ୍ତାଧାରା ସମାନ । ଆମର ଏହି ସାଂସ୍କୃତିକ ଏକତା ଭାରତକୁ ଅନ୍ୟ ସବୁ ରାଷ୍ଟ୍ରମାନଙ୍କ ଠାରୁ ସ୍ୱତନ୍ତ୍ର କରିଛି । ଆମେ ସମସ୍ତେ ମହାଭାରତୀୟ ସାଂସ୍କୃତିକ ଐତିହ୍ୟର ଗୋଟିଏ ଗୋଟିଏ ଅଂଶ । ଆମେ ସମସ୍ତେ ଏହି ମହାଭାରତୀୟ ଚେତନାରେ ବାନ୍ଧି ହୋଇ ରହିଛୁ । ଆମର ଏହି ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବର ଆଦାନ ପ୍ରଦାନ ଦେଶର ଭବିଷ୍ୟତର ପିଢ଼ିକୁ ପ୍ରେରଣା ଦେଇ ଏକତାର ବନ୍ଧନରେ ବାନ୍ଧି ରଖିବ ।"

CM Mohan Majhi Worships At Kashi Biswanath Temple
CM Mohan Majhi Worships At Kashi Biswanath Temple (ETV Bharat)

ଶ୍ରୀଜଗନ୍ନାଥ ସଂସ୍କୃତି ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଆଲୋକପାତ:

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଁ ନିଜକୁ ଖୁବ୍ ଗୌରବାନ୍ୱିତ ମନେ କରୁଛି । କାଶୀ ଓ ତାମିଲନାଡ଼ୁ ମଧ୍ୟରେ ଆଧ୍ୟାତ୍ମିକ ସମ୍ପର୍କ ଖୁବ ପ୍ରାଚୀନ । କାଶୀ କେବଳ ଏକ ସହର ନୁହେଁ, ଏହା ଭାରତର ଶାସ୍ବତ, ଆଧ୍ୟାତ୍ମିକ ପରମ୍ପରାର ପ୍ରତୀକ । ସେହିପରି ତାମିଲନାଡୁର ଶାସ୍ତ୍ରୀୟ ଭାଷା, ସାହିତ୍ୟ, ଭବ୍ୟମନ୍ଦିର ଓ ଦାର୍ଶନିକ ପରମ୍ପରା ଭାରତୀୟ ସଂସ୍କୃତିକୁ ସମୃଦ୍ଧ କରିଛି । କାଶୀ-ତାମିଲ ସଙ୍ଗମ ହେଉଛି ବିବିଧତା ମଧ୍ୟରେ ଆମ ଏକତାର ପ୍ରତୀକ । ଓଡ଼ିଶା ମଧ୍ୟ ସେହି ଭାରତୀୟ ସାଂସ୍କୃତିକ ଭାବଧାରାର ପରିଚୟ ବହନ କରେ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରକୁ ଦେଶର ସବୁକୋଣରୁ ଭକ୍ତମାନେ ଆସିଥାନ୍ତି । ମହାପ୍ରଭୁଙ୍କ ରଥଯାତ୍ରାରେ ସବୁ ଧର୍ମ, ସବୁ ସଂସ୍କୃତିର ଲୋକ ଯୋଗ ଦେଇଥାନ୍ତି । ଏହି ମହାଭାରତୀୟ ଐଶ୍ୱରିକ ଚିନ୍ତାଧାରାର ପ୍ରସାରରେ ଶ୍ରୀଜଗନ୍ନାଥ ସଂସ୍କୃତି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ।"

ଏହା ବି ପଢନ୍ତୁ...ମହାକୁମ୍ଭରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏହା ବି ପଢନ୍ତୁ...ରାଜଧାନୀରେ ମହାକୁମ୍ଭର ଅକୁହା ଚିତ୍ର, ଜାଣନ୍ତୁ କେବେ କେଉଁଠି ଦେଖିବେ ?
ଏହା ବି ପଢନ୍ତୁ...କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ, ଉଦଘାଟନ କଲେ ସୁଖ ଶାନ୍ତି ସରୋବର

କେବେ ଆରମ୍ଭ ହେଲା କାଶୀ-ତାମିଲ ସଙ୍ଗମ କାର୍ଯ୍ୟକ୍ରମ:

ଓଡ଼ିଶାର ଓଡ଼ିଶୀ ନୃତ୍ୟ ଓ ତାମିଲନାଡ଼ୁର ଭାରତନାଟ୍ୟମ ଆଞ୍ଚଳିକ ଭାଷାଗତ ପାର୍ଥକ୍ୟର ଉପରକୁ ଯାଇ ଶାସ୍ତ୍ରୀୟ ନୃତ୍ୟକଳା ଜରିଆରେ ଭକ୍ତିଭାବର କାହାଣୀ ବର୍ଣ୍ଣନା କରିଥାନ୍ତି । ଭାରତର ସାଂସ୍କୃତିକ ଏକତାକୁ ସୁଦୃଢ଼ କରିବା ଓ ଏହାର ପ୍ରଚାର ପ୍ରସାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୨ରେ କାଶୀ-ତାମିଲ ସଙ୍ଗମ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଚଳିତ ବର୍ଷ ଏହା ଫେବୃଆରୀ ୧୫ ତାରିଖରୁ ବାରାଣାସୀର ନମୋ-ଘାଟରେ ଆୟୋଜିତ ହେଉଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ସୁକାନ୍ତ ମଜୁମଦାର ଏବଂ ଉତ୍ତରପ୍ରଦେଶର କ୍ୟାବିନେଟ ମନ୍ତ୍ରୀ ଅନିଲ ରାଜଭର ଯୋଗ ଦେଇଛନ୍ତି । କାଶୀ ଓ ତାମିଲନାଡୁର ସାଂସ୍କୃତିକ ଐତିହ୍ୟକୁ ଯୋଡ଼ିବା ପାଇଁ ଏହି ଅନନ୍ୟ ପ୍ରୟାସ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହିତ ଆୟୋଜକ ମାନଙ୍କୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.