ETV Bharat / state

ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ମୋହନ: ବୁଲିଲେ ବନ୍ୟାଞ୍ଚଳ, ସାତ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ - CM Mohan Visits Malkangiri

author img

By ETV Bharat Odisha Team

Published : Sep 12, 2024, 9:21 PM IST

Updated : Sep 12, 2024, 9:48 PM IST

CM Mohan Majhi review Malkangiri Flood situation: ଆଜି ଦିନିକିଆ ମାଲକାନଗିରି ଗସ୍ତରେ ଆସି ବର୍ଷା ଜନିତ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିବଦର୍ଶନ କରିଥିଲେ । ଅଧିକ ପଢନ୍ତୁ

CM MOHAN VISITS MALKANGIRI
CM MOHAN VISITS MALKANGIRI (ETV Bharat Odisha)

ମାଲକାନଗିରି: ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତରେ ଆସି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଏଥିସହ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ (ETV Bharat Odisha)

ସାତ ଦିନ ମଧ୍ୟରେ ଦିଅ ରିପୋର୍ଟ:

ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥି ନିମନ୍ତେ ପ୍ରଯତ୍ନ ହେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି ।

ସମୀକ୍ଷା ବୈଠକ
ସମୀକ୍ଷା ବୈଠକ (ETV Bharat Odisha)

ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା:

ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ ଜିରୋ କାଜୁଆଲିଟି ସମ୍ଭବ ହୋଇପାରିଛି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତିଦିନ ପାଣିପାଗ ବିଭାଗ ଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହିଭଳି ସମ୍ବେଦନଶୀଳ ସମୟରେ ଓଡ୍ରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଦିଆଯିବ ସହାୟତା:

ସମୀକ୍ଷା ବୈଠକ
ସମୀକ୍ଷା ବୈଠକ (ETV Bharat Odisha)

ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି କି, ‘ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ।’

ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିବଦର୍ଶନ
ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିବଦର୍ଶନ (ETV Bharat Odisha)
ଆକାଶ ମାର୍ଗରୁ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ (ETV Bharat Odisha)

ଆକାଶ ମାର୍ଗରୁ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ:

ପ୍ରବଳ ବର୍ଷାରେ ଜିଲ୍ଲାରେ ବ୍ୟାପକ କ୍ଷତି ଘଟାଇଛି । ଅନେକ ଅଞ୍ଚଳରେ ପାଣି ପଶିଯାଇଛି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ଦେଖିଥିଲେ । ସାଥିରେ ରାଜସ୍ବ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢନ୍ତୁ:ବର୍ଷାରେ ଉବୁଟୁବୁ ମାଲକାନଗିରି, ଆଜି ସ୍କୁଲ ଓ ଅଙ୍ଗନବାଡି ଛୁଟି

ଏହା ମଧ୍ୟ ପଢନ୍ତୁ ରାଜ୍ୟରେ ଆଜି ବି ଜାରି ରହିଛି ବର୍ଷା, 3 ଜିଲ୍ଲାରେ ସ୍କୁଲ ଛୁଟି

ଏହା ମଧ୍ୟ ପଢନ୍ତୁ:ମୁଖ୍ୟମନ୍ତ୍ରୀ ମୋହନଙ୍କ ମାଲକାନଗିରି ଗସ୍ତ, ଜିଲ୍ଲାରେ ବନ୍ୟା ସ୍ଥିତିର କରିବେ ସମୀକ୍ଷା

ଏହା ମଧ୍ୟ ପଢନ୍ତୁ:ବର୍ଷାରେ ବେହାଲ ମାଲକାନଗିରି; ପୋଲ ଉପରେ ୨ ଫୁଟ ଉଚ୍ଚ ପାଣି, ୩ ରାଜ୍ୟକୁ ଯୋଗାଯୋଗ ବିଚ୍ଛିନ୍ନ

ବର୍ଷା ଆଣିଥିଲା ବିତ୍ପତ୍ତି:

ଲଘୁଚାପ ପ୍ରଭାବରେ ପ୍ରଭାବରେ ୯ ଏବଂ ୧୦ ତାରିଖରେ ମାଲକାନାଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଥିଲା । ଫଳରେ ମାଲକାନଗିରି ଜିଲ୍ଲା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିଲା । ଚାରିଆଡେ ଖାଲି ପାଣି ଆଉ ପାଣି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ । ରାଜ୍ୟ ସରକାର ଏଥିପ୍ରତି ତତ୍ପରତା ପ୍ରକାଶ କରିବା ସହ ଅଫିସରଙ୍କୁ ମାଲକାନଗିରି ଜିଲ୍ଲାକୁ ପଠାଇଥିଲେ । ଜିଲ୍ଲାର ସ୍ଥିତି ଉପରେ ନଜର ରଖିଥିଲେ ।

ସମୀକ୍ଷା ବୈଠକ
ସମୀକ୍ଷା ବୈଠକ (ETV Bharat Odisha)

ଆଜିର ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା,ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ ସିଂ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀଙ୍କ ସହ ବହୁ ପ୍ରମୁଖ ବ୍ୟକ୍ତି ଉପସ୍ଥିତ ଥିଲେ ।

ଇଟିଭି ଭାରତ, ମାଲକାନଗିରି

Last Updated : Sep 12, 2024, 9:48 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.