ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମହିଳା ସରକାରୀ କର୍ମଚାରୀ ପାଇବେ ଅଧିକ ୧୦ ଦିନ ଛୁଟି - women Govt Employee Leave

Odisha Govt women Employee Leave Extended: ସରକାରୀ ମହିଳା କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି । ୧୦ ଦିନ ଅଧିକ ସାମୟିକ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ,

ମହିଳା ସରକାରୀ କର୍ମଚାରୀଙ୍କୁ ଅଧିକ ୧୦ ଦିନ ଛୁଟି

author img

By ETV Bharat Odisha Team

Published : Mar 12, 2024, 1:20 PM IST

Updated : Mar 12, 2024, 2:14 PM IST

ଭୁବନେଶ୍ବର : ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଏଣିକି ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ବାର୍ଷିକ ୧୦ ଦିନ ଅଧିକ ସାମୟିକ ଛୁଟି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୧୦ ଦିନ ଛୁଟି ବଢ଼ାଇଛନ୍ତି । ପୂର୍ବରୁ ଏହା ୧୫ ଦିନ ଥିଲା । ଏହି ୧୦ ଦିନକୁ ମିଶାଇଲେ ଜଣେ ମହିଳା ସରକାରୀ କର୍ମୀ ବର୍ଷକୁ ମୋଟ ୨୫ ଦିନର ସାମୟିକ ଛୁଟି ପାଇବେ ।

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ତେବେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡ଼ିଶା ହେଉଛି ଦେଶର ପ୍ରଥମ ରାଜ୍ୟ ।

ଏହା ମଧ୍ୟ ପଢନ୍ତୁ-ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ, ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ

ନିର୍ବାଚନ ପାଖେଇ ଆସୁଥିବାରୁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିେ ନୂଆ ଏବଂ ବଡ଼ ଘୋଷଣା କରି ଚାଲିଛନ୍ତି । ନିକଟରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ କର୍ମଚାରୀଙ୍କ ୧୫ ଦିନ ସାମୟିକ ଛୁଟି ବଢ଼ାଇଥିଲେ ରାଜ୍ୟ ସରକାର । ସେହିପରି ମହିଳା କର୍ମଚାରୀଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ବଢ଼ାଇଥିଲେ । ଏଥିରେ ଉପକୃତ ହେବେ ୩୩ ହଜାର ୪୨୦ କର୍ମଚାରୀ । ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀଙ୍କ ପାଇଁ ବର୍ଷକୁ ୧୫ ଦିନ ସାମୟିକ ଛୁଟି ଓ ମହିଳା କର୍ମଚାରୀଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ନେଇ ପ୍ରସ୍ତାବ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏନେଇ ଅବଗତ କରାଯିବା ପରେ ଏହାକୁ ସେ ମଞ୍ଜୁରୀ ଦେଇଥିଲେ ।

ଇଟିଭି ଭାରତ,ଭୁବନେଶ୍ବର

Last Updated : Mar 12, 2024, 2:14 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.