ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ବଢ଼ିଲା ମେୟର, କର୍ପୋରେଟର, କାଉନ୍ସିଲରଙ୍କ ଦରମା

author img

By ETV Bharat Odisha Team

Published : Mar 13, 2024, 3:03 PM IST

Urban Area elected representatives Salary increased: ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚିତ ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚିତ ପ୍ରତିନିଧିଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଅଧିକ ପଢ଼ନ୍ତୁ

ବଢ଼ିଲା ମେୟର, କର୍ପୋରେଟର, କାଉନ୍ସିଲରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବଢ଼ିଲା ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚିତ ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ । ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚିତ ପ୍ରତିନିଧିଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତ୍ୟୁ ଏବଂ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପା ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଭତ୍ତା ଓ ପାରିତୋଷିକ ବୃଦ୍ଧି ସହ ଅନୁକମ୍ପା ସହାୟତାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିବା ବେଳେ ଏହି ପଦକ୍ଷେପ ଆଗକୁ ଲୋକଙ୍କ କାର୍ଯ୍ୟ କରିବାର ପ୍ରେରଣା ଯୋଗାଇବା ବୋଲି କହିଛନ୍ତି ମେୟର ସୁଲୋଚନା ଦାସ ।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଏବଂ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ରେ ସଂଶୋଧନ ଆଣି ସହରାଞ୍ଚଳରେ ନିର୍ବାଚିତ ପ୍ରତିନିଧିମାନଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରାଯାଇଛି । ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ରୁ ୧୫ ହଜାର ଟଙ୍କା, ଉପାଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଏନଏସି ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟରେ ଆଉ 22 ନୂଆ NAC ଘୋଷଣା; ଭଞ୍ଜନଗର ହେଲା ମ୍ୟୁନିସିପାଲିଟି

ସେହିପରି ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ବିଭିନ୍ନ ପୌରପରିଷଦ ଓ ଏନଏସିର କାଉନସିଲରଙ୍କ ଭତ୍ତା ୧୫୦ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ବ୍ୟତୀତ ମହାନଗର ନିଗମର Standing Committeeର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ । ସେହିପରି ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବାବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ପଦ୍ମ ବିଜେତାଙ୍କୁ ମାସିକ 25 ହଜାର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୂଚନା ଥାଉ, ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ । ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.