ETV Bharat / state

୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ ଜିଲ୍ଲାର ୨୮୬ ସ୍କୁଲ ଲୋକାର୍ପିତ

author img

By ETV Bharat Odisha Team

Published : Jan 24, 2024, 9:09 PM IST

Cm Naveen edicates 286 transformed schools: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି । ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି । ଅଧିକ ପଢନ୍ତୁ

୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ ଜିଲ୍ଲାର ୨୮୬ ସ୍କୁଲ ଲୋକାର୍ପିତ
୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ ଜିଲ୍ଲାର ୨୮୬ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୬ଟି ଜିଲ୍ଲାର ୨୮୬ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ଜିଲ୍ଲାର ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ୮୦ ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ । ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ । ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି । ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି । ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଛନ୍ତି । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି । ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ ।

ଅଧିକ ପଢନ୍ତୁ- 5T School Transformation; ଚତୁର୍ଥ ଦିନରେ ୫ ଜିଲ୍ଲାର ୩୫୯ ସ୍କୁଲ ଲୋକାର୍ପିତ

କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ନବରଙ୍ଗପୁରରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଖୋର୍ଦ୍ଧାରେ ବିଧାୟକ ସୁଶାନ୍ତ କୁମାର ରାଉତ ଏବଂ ନୟାଗଡରେ ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇଛନ୍ତି । ସରକାରୀ ସ୍କୁଲରେ ଘରୋଇ ଅତ୍ୟାଧୁନିକ ସ୍କୁଲର ସୁବିଧା ସୁଯୋଗ ଯୋଗାଇଦେଇ ଓଡିଶାର ଶିକ୍ଷା ବ୍ୟବସ୍ଥାକୁ ଭାରତବର୍ଷରେ ସ୍ବତନ୍ତ୍ର ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶିକ୍ଷା ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଆଜି ଉଦାହରଣ ହୋଇଛି । ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ ସ୍ବାଗତ ଭାଷଣ ଦେଇଛନ୍ତି । ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି । ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.