ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଶୋକ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଶେଷକୃତ୍ୟ

author img

By ETV Bharat Odisha Team

Published : Jan 27, 2024, 8:11 PM IST

CM Expressed Deep Condolences To Nilamani Samal : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ଶୋକ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଶେଷକୃତ୍ୟ

ଭୁବନେଶ୍ବର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗ । ସ୍ବର୍ଗତ ସାମଲଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରେ ପ୍ରଧାନ । ସ୍ବର୍ଗତ ନାୟକଙ୍କ ଶେଷକୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

  • ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ତଥା ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦେଶକୁ ସ୍ୱାଧୀନତା ଦେବା ଦିଗରେ ତାଙ୍କର ସମର୍ପଣ ଭାବନା ଓ ବଳିଷ୍ଠ ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗରେ ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା ।…

    — Dharmendra Pradhan (@dpradhanbjp) January 27, 2024 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଝାସ ଦେଇ ଜେଲ ଯାଇଥିଲେ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲ । ୩ ବର୍ଷ ସେ କାରାବରଣ କରିଥିଲେ । ଦେଶର ସ୍ବାଧୀନତା ପାଇଁ ନୀଳମଣିଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ । ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ । ନୀଳମଣି ସାମଲଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ।

ସେହିପରି ଧର୍ମେନ୍ଦ୍ରେ ପ୍ରଧାନ ଟ୍ୱିଟକରି ଏକ୍ସରେ ଲେଖିଛନ୍ତି,"ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ତଥା ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦେଶକୁ ସ୍ୱାଧୀନତା ଦେବା ଦିଗରେ ତାଙ୍କର ସମର୍ପଣ ଭାବନା ଓ ବଳିଷ୍ଠ ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗରେ ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।"

ଏହା ମଧ୍ୟ ପଢନ୍ତୁ ....ଶତାୟୁ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

ସୂଚନା ଅନୁସାରେ, ଗୁରୁତର ଅବସ୍ଥାରେ ନୀଳମଣିଙ୍କୁ ଗତ ବୁଧବାର ରାତିରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପରେ ଏସସିବିର ମେଡିସିନ ବିଭାଗର ଆଇସିୟୁରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସାରେ ନିୟୋଜିତ ହୋଇଥିଲେ । ଖଟରୁ ପଡି ନୀଳମଣିଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଶଙ୍କଟାପନ୍ନ ଥିଲା । ବିଭାଗୀୟ ମୁଖ୍ୟ ସରୋଜ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ତାଙ୍କ ଚିକିତ୍ସା କରାଯାଉଥିଲା ।

ସେ ମାତ୍ର ୧୯ ବର୍ଷ ବୟସରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆହ୍ବାନରେ, ସେ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ । ଯାହା ପାଇଁ ତାଙ୍କୁ ୪ ବର୍ଷ ଜେଲ ଦଣ୍ଡ ମଧ୍ୟ ଭୋଗିବାକୁ ପଡ଼ିଥିଲା । ୧୦୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ବେଳେ ୪ ଥର ରାଷ୍ଟ୍ରପତିଙ୍କ ଦ୍ବାରା ସମ୍ମାନିତ ହୋଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.