ETV Bharat / state

ବହୁଭାଷୀ ଶିକ୍ଷକଙ୍କ ପାରିଶ୍ରମିକ ୧୦ହଜାର ଟଙ୍କାକୁ ବୃଦ୍ଧି, ଯୋଗ୍ୟତା ଭିତ୍ତିରେ କରାଯିବ ନିୟମିତ

author img

By ETV Bharat Odisha Team

Published : Mar 2, 2024, 5:12 PM IST

Multi Language Educators Salary Hike: ଜନଜାତି ବହୁଳ ଜିଲ୍ଲାରେ ନିୟୋଜିତ ଥିବା ବହୁଭାଷୀ ଶିକ୍ଷକଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦରମାକୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଅଧିକ ପଢନ୍ତୁ

CM Naveen Patnaik
CM Naveen Patnaik

ଭୁବନେଶ୍ବର: ବହୁଭାଷୀ ଶିକ୍ଷକଙ୍କ ଲାଗି ଖୁସି ଖବର । ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ଥିବା ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ୧୦ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ସେହିପରି ସେମାନଙ୍କୁ ଯୋଗ୍ୟତା ଭିତ୍ତିରେ ନିୟମିତ ମଧ୍ୟ କରାଯିବ । ଏ ନେଇ ଆଜି (ଶନିବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୂର୍ବରୁ ରାଜ୍ୟରେ ଏମାନଙ୍କ ପାରିଶ୍ରମିକ ୫ ହଜାର ୩୭୯ ଟଙ୍କା ରହିଥିଲା ।

ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବ୍ୟବସ୍ଥା ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV) ନିୟୋଜିତ କରାଯାଇଛି । 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ବର୍ତ୍ତମାନ ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV) ମାନଙ୍କ ପାରିତୋଷିକ ୫୩୭୯ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହା ବି ପଢନ୍ତୁ- ବଢ଼ିଲା କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ, 7 ହଜାରରୁ ହେଲା 10 ହଜାର

ଏତଦ ବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଥାଉ କି ମୁଖ୍ୟମନ୍ତ୍ରୀ ଆଜି ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ, ଶିକ୍ଷୟିତ୍ରୀ ଉପକୃତ ହେବେ । ନିର୍ବାଚନ ପୂର୍ବରୁ ଶିକ୍ଷକଙ୍କୁ ଖୁସି କରିଛନ୍ତି ରାଜ୍ୟ ସରକାର ।

ଏହା ବି ପଢନ୍ତୁ- ଶିକ୍ଷା ସ୍ବେଚ୍ଛାସେବୀଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ପାଇବେ 10 ହଜାର

ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ପୂର୍ବରୁ ସେମାନଙ୍କ ପାରିଶ୍ରମିକ ୭ ହଜାର ଟଙ୍କା ରହିଥିବା ବେଳେ ଏହାକୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.