ETV Bharat / state

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ; ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Feb 3, 2024, 12:58 PM IST

Updated : Feb 3, 2024, 1:42 PM IST

First World Odia Language Conference inaugurated: ଭୁବନେଶ୍ବରରେ ଆୟୋଜିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

First World Odia Language Conference inaugurated
ଆଜିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ

ଭୁବନେଶ୍ବର: ଜନତା ମଇଦାନରେ ଆୟୋଜିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମ୍ମିଳନୀରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ ପଦ୍ମଶ୍ରୀ ପ୍ରଫେସର ହରମାନ କୁଲକେ, ପ୍ରଫେସର ଉୱେ ସ୍କୋଡା, ପ୍ରଫେସର ଆର୍ଲୋ ଗ୍ରିଫିଥସ, ପ୍ରଫେସର ଆଣ୍ଟେ ସ୍କିମେଡ଼ିଚେନ ଏବଂ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିଛନ୍ତି । ଓଡ଼ିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି । ସେହିପରି ଜୀବନବ୍ୟାପୀ ସାଧନା ପାଇଁ ଦୁଇ ଓଡ଼ିଆ ପଦ୍ମଭୂଷଣ ସୀତାକାନ୍ତ ମହାପାତ୍ର ଓ ବିଶିଷ୍ଟ ଲେଖିବା ପଦ୍ମଭୂଷଣ ପ୍ରତିଭା ରାୟଙ୍କୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ସମ୍ମିଳନୀରେ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଛନ୍ତି । ଉଦଘାଟନୀ ଉତ୍ସବରେ ରାଜ୍ୟ ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆ ଏକକାଳୀନ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିଛନ୍ତି । ଭୁବନେଶ୍ୱର ଜନତା ମଇଦାନରେ ଆଜିଠୁ ଏହି ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ ହୋଇଛି । ଆସନ୍ତା ତିନି ଦିନ ଧରି ଏହା ଅନୁଷ୍ଠିତ ହେବ । ଏଥିରେ ରାଜ୍ୟର କଳା, ସଂସ୍କୃତି, ଐତିହ୍ୟ ଓ ଭାଷା ସମ୍ପର୍କିତ ବିଭିନ୍ନ କଳାକୃତି ପ୍ରଦର୍ଶିତ ହେବ ।

ଏହା ମଧ୍ୟ ପଢନ୍ତୁ: ଆଜିଠୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଏକକାଳୀନ ବନ୍ଦେ ଉତ୍କଳ ଜନନୀ ଗାଇବେ ପ୍ରତିଟି ଓଡିଆ

ଆଜିର କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଅଶ୍ଵିନୀ କୁମାର ପାତ୍ର, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲଙ୍କ ପ୍ରମୁଖ ଉପସ୍ଥିତିରେ ଅଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Feb 3, 2024, 1:42 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.