ETV Bharat / state

ବରଗଡ଼କୁ ୮୩ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ; କହିଲେ 'ବରଗଡ଼ କଳା ଓ ସଂସ୍କୃତିର ମାଟି'

author img

By ETV Bharat Odisha Team

Published : Feb 20, 2024, 3:56 PM IST

Updated : Feb 20, 2024, 10:25 PM IST

CM Naveen Patnaik Bargarh Visit: ଦିନିକିଆ ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬୨ ପ୍ରକଳ୍ପର ଉଦଘାଟନ ସହିତ ୨୧ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ । ଅଧିକ ପଢନ୍ତୁ

CM Naveen Bargarh Visit
CM Naveen Bargarh Visit

ବରଗଡ଼କୁ ୮୩ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ବରଗଡ଼କୁ ୮୩ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ; କହିଲେ 'ବରଗଡ଼ କଳା ଓ ସଂସ୍କୃତିର ମାଟି'

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ମଙ୍ଗଳବାର) ଦିନିକିଆ ବରଗଡ ଜିଲ୍ଲା ଗସ୍ତରେ ଯାଇଛନ୍ତି । ବିଜେପୁରର କନାପାଲିରେ ବରଗଡ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦେଇଛନ୍ତି ।

ଉଦଘାଟିତ ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି ଓଡିଶାର ଜଳସେଚନର ବିକାଶ କ୍ଷେତ୍ରରେ ଆଉ ଏକ ଐତିହାସିକ ପଦକ୍ଷେପ । ୧୬୭୭ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟରେ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଉଦଘାଟନ ହୋଇଛି । ୧୦୬ କୋଟି ୬ ଲକ୍ଷ ଟଙ୍କା ବ୍ୟୟରେ ୫ ମହଲା ବଶିଷ୍ଟ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ରୋଗ ଚିକିତ୍ସା କେନ୍ଦ୍ର ଲୋକାର୍ପଣ ହୋଇଛି । ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସୁବିଧା ପାଇଁ ୨୨ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରିତ ନୃସିଂହନାଥ ପୀଠ ଜନସାଧାରଣଙ୍କ ଉଦେଶ୍ୟରେ ଲୋକାର୍ପିତ ହୋଇଛି ।

ସୋହେଲା-ନୂଆପଡା ବିଜୁ ଏକ୍ସପ୍ରେସ ୱେ, ୩୧୭ ହାଇସ୍କୁଲ ରୂପାନ୍ତରିତ କାର୍ଯ୍ୟ ସଂମ୍ପନ୍ନ ହୋଇଛି । ଏଥି ସହିତ ୫୬ କଲେଜକୁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ୫ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଆମ ହସ୍ପିଟାଲକୁ ରୂପାନ୍ତରଣ, ୧୮୫ ବ୍ୟାଙ୍କ ନଥିବା ଗ୍ରାମପଞ୍ଚାୟତଙ୍କୁ ଆମ ବ୍ୟାଙ୍କ ସୁବିଧା, ଲକ୍ଷ୍ମୀ ଯୋଜନାରେ ୨୬୨ ବସ ଷ୍ଟପେଜ, ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଅଧିନରେ ୪୩୧ଟି କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଓ ଧାର୍ମିକ ସ୍ଥଳୀର ଉନ୍ନତି କାର୍ଯ୍ୟ ଏବଂ ଆମ ଓଡିଶା ନବୀନ ଓଡିଶାରେ ୧୨୬ କୋଟି ୫୦ ଲକ୍ଷ ଟଙ୍କା ବିନିମୟରେ ୩୧୩୫ଟି ପ୍ରକଳ୍ପ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି ।

ଏହା ବି ପଢନ୍ତୁ- ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ; ଲୋକାର୍ପିତ ହେବ କ୍ୟାନ୍ସର ହସ୍ପିଟାଲ

ମୁଖ୍ୟମନ୍ତ୍ରୀ ଓଡିଶାର ଗୌରବ ସ୍ବଭାବ କବି ଗଙ୍ଗାଧର ମେହେର ଓ ମହାନ ସ୍ୱାଧୀନତା ସଂଗ୍ରାମୀ ମା’ ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, "ବରଗଡ କଳା ଓ ସଂସ୍କୃତିର ଭୂମି । ଏ ଅଞ୍ଚଳର ବୁଣାକାରମାନେ ବିଶ୍ବରେ ଓଡିଶାର ପରିଚୟକୁ ଉଜ୍ଜ୍ବଳ କରିଛନ୍ତି । ନିକଟରେ ବୁଣାକାର ଓ କଳାକାରଙ୍କ ପେନସନ ସରକାର ବୃଦ୍ଧି କରିଛନ୍ତି । ଏବେ ସାରା ରାଜ୍ୟରେ ରୂପାନ୍ତର ପର୍ବ ଚାଲିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ, ମା' ସମଲେଇ ପ୍ରକଳ୍ପ ଭକ୍ତମାନଙ୍କ ପାଇଁ ସୁନ୍ଦର ଅନୁଭବ ଆଣିଛି । ରୂପାନ୍ତରିତ ପ୍ରସିଦ୍ଧ ନୃସିଂହନାଥ ପୀଠ ମଧ୍ୟ ଓଡିଶାର ଗୌରବକୁ ଆହୁରି ବୃଦ୍ଧି କରିବ ।"

ମୁଖ୍ୟମନ୍ତ୍ରୀ କହିଛନ୍ତି, "ବରଗଡରେ କ୍ୟାନସର ଡାକ୍ତରଖାନା ପାଇଁ ମୁଁ କହିଥିଲି । ଆଜି ମୁଁ ତାହା ପୂରଣ କରିଛି । ପଶ୍ଚିମ ଓଡିଶାର ରୋଗୀମାନଙ୍କୁ ଏହା ଉତ୍ତମ ସେବା ଯୋଗାଇ ଦେବ । 5T ଉପକ୍ରମରେ ରାଜ୍ୟରେ ୧୧ଟି କ୍ୟାନସର ହସ୍ପିଟାଲ କରାଯାଉଛି । ଏଥିପାଇଁ ୧ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ଜିଲ୍ଲାର ଚାଷୀଙ୍କର ଜମିକୁ ପାଣି ଯୋଗାଇବା ଆରମ୍ଭ ହେଲା । ଏହି ପ୍ରକଳ୍ପ ଜରିଆରେ ଜିଲ୍ଲାର ୬୦ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ । ସୋହେଲା, ବିଜେପୁର, ବରପାଲି ଓ ଡୁଙ୍ଗୁରିପାଲି ବ୍ଲକର ଚାଷୀ ଏହା ଦ୍ୱାରା ବିଶେଷ ଉପକୃତ ହେବେ ।"

କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ଗଙ୍ଗାଧର ମେହେର ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ବେଳେ ବହୁ ଲୋକ ଏହା ଉପରେ ସନ୍ଦେହ କରିଥିଲେ । ହିରାକୁଦ ବନ୍ଧରୁ ବିଜେପୁର ୩୫ ମିଟର ଉଚ୍ଚରେ ଅବସ୍ଥିତ । କିନ୍ତୁ ସବୁ ସନ୍ଦେହକୁ ଦୂର କରି ମୁଖ୍ୟମନ୍ତ୍ରୀ ଦୃଢ ଇଚ୍ଛାଶକ୍ତି ବଳରେ ଆଧୁନିକ ଟେକନୋଲୋଜି ପ୍ରୟୋଗରେ ଏହାକୁ ସଫଳ କରିଛନ୍ତି । ମହାନଦୀରୁ ପାଇପ ଯୋଗେ ହଜାର ହଜାର ଏକର ଜମିକୁ ପାଣି ମିଳିଲା । ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟିକା ବର୍ଷା ସିଂ ବରିହା ପ୍ରମୁଖ ଯୋଗ ଦେଇ ବରଗଡ ଜିଲ୍ଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଧ୍ୟାନ ରହିଛି ବୋଲି କହିଛନ୍ତି । ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ଜିଲ୍ଲା ପରିଷଦ ସଭାପତି ମାନିନୀ ଭୋଇ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Feb 20, 2024, 10:25 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.