ETV Bharat / state

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଲୋକାର୍ପିତ, ଓଡ଼ିଆ ଭାଷାର ଗାରିମା ବଖାଣିଲେ ନବୀନ

Naveen Patnaik Inaugurates Odia University: ଓଡିଶାବାସୀଙ୍କୁ ଓଡ଼ିଆ ବିଶ୍ବବିଦ୍ୟାଳୟ ଭେଟି ଦେଲେ ରାଜ୍ୟ ସରକାର । ସତ୍ୟବାଦୀରେ ଓଡ଼ିଶା ବିଶ୍ବବିଦ୍ୟାଳୟକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jan 24, 2024, 2:30 PM IST

Updated : Jan 24, 2024, 3:21 PM IST

ଓଡ଼ିଆ ବିଶ୍ୱବିଦ୍ୟାଳୟ
ଓଡ଼ିଆ ବିଶ୍ୱବିଦ୍ୟାଳୟ
odia University

ଭୁବନେଶ୍ବର/ନିମାପଡା : ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ ଲୋକାର୍ପଣ କରିଛନ୍ତି । ଓଡିଆ ଭାଷାର ବରପୁତ୍ରମାନଙ୍କୁ ପ୍ରଣାମ ଜଣାଇବା ସହିତ ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ଏକ ଗୌରବମୟ ସମୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସକୁ ଭିସି ଜରିଆରେ ଲୋକାର୍ପଣ କରିଛନ୍ତି ନବୀନ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସକୁ ଭିସି ଜରିଆରେ ଲୋକାର୍ପଣ କରିଛନ୍ତି । ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି, " ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହୋଇଛି । ଆଜି ଓଡ଼ିଆ ବିଶ୍ବବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା । ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି । ଫେବ୍ରୁୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ । ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କର ତଥା ସମଗ୍ର ଓଡ଼ିଆ ଜାତି ପାଇଁ ଏକ ଗୌରବର ସମୟ, ଅସ୍ମିତାର ସମୟ । "

ବିଶ୍ବ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଏନେଇ ନବୀନ ପଟ୍ଟନାୟକ କହିଛନ୍ତି, " ଆମ ସଂସ୍କୃତି, ଜୀବନଧାରା, ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର । ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ । ସତ୍ୟବାଦୀ ଓଡିଆ ନବଜାଗରଣର ପୀଠ । ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ । "

ଆଦି କବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହ ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ରମାନଙ୍କୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, "ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ । ଗୋଟେ ଜାତିର ମୁକୁଟ ହେଉଛି ତାହାର ଭାଷା । ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ । ଜାତିର ଗୌରବ ବୃଦ୍ଧି କରିଥାଏ । ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଏକ ପ୍ରାଚୀନ ଭାଷା । ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି । ଓଡ଼ିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି । ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର । ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ସହିତ ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର । "

ଅନ୍ୟପଟେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଛନ୍ତି, "ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡ଼ିଆ ବିଶ୍ବବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ । ଓଡିଆ ବିଶ୍ବବିଦ୍ୟାଳୟ ଯୋଗୁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆ ମାନେ ଖୁବ ଉତ୍ସାହିତ ।" ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ସେମାନଙ୍କ ଅଭିଭାଷଣ ଦେଇଛନ୍ତି ।

ସତ୍ୟବାଦୀରେ ୨୦୧୮ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ଵବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ । ଆଜି ଏହାର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟିତ ହୋଇଛି । ୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି । ପ୍ରାଶାସନିକ ବିଲ୍ଡିଂରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି । ଏଥିରେ ସ୍କୁଲ ଅଫ ଲର୍ଣ୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି । ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି । ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ଅଛି । ପ୍ରାୟ ୭୫ କୋଟି ଟଙ୍କାରେ ରେ ନିର୍ମାଣ କରାଯାଇ ଥିବା ଏହି ବିଶ୍ଵ ବିଦ୍ୟାଳୟରେ କ୍ଲାସରୁମ ସହିତ ସେମିନାର ହଲ, ଫାକଲ୍ଟି ରୁମ, ବିଭାଗୀୟ ମୁଖ୍ୟଙ୍କ ପ୍ରକୋଷ୍ଠ, ଶୌଚାଳୟ,,ଅତ୍ୟାଧୁନିକ ଲାଇବ୍ରେରୀ ଓ କମ୍ପୁଟର ଲ୍ୟାବ, ୩୨ କକ୍ଷ ବିଶିଷ୍ଟ ଛାତ୍ରାବାସ, ୧୬ କକ୍ଷ ବିଶିଷ୍ଟ ଛାତ୍ରାବାସ, କ୍ୟାଫେଟେରିଆ, ବିଶ୍ଵ ବିଦ୍ୟାଳୟ ପରିସରରେ ଥିବା ରାଧା କୁଣ୍ଡ ପୁଷ୍କରିଣୀର ପୁନରୁଦ୍ଧାର କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର/ନିମାପଡା

Last Updated : Jan 24, 2024, 3:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.