ETV Bharat / state

ଜନଜାତିଙ୍କ ପାଇଁ ବଡ଼ ପଦକ୍ଷେପ: ଛୋଟ ମାମଲା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Withdrawal Of Petty Lawsuits Against Tribals: ଜନଜାତିଙ୍କୁ ଖୁସି କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ଅଧିକ ପଢ଼ନ୍ତୁ,

author img

By ETV Bharat Odisha Team

Published : Feb 21, 2024, 2:49 PM IST

ଜନଜାତି
ଜନଜାତି

ଭୁବନେଶ୍ବର: ଜନଜାତିଙ୍କୁ ଖୁସି କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା । ରାଜ୍ୟ ସରକାରଙ୍କ ସମୀକ୍ଷା ପରେ ମାମଲା ପ୍ରତ୍ୟାହୃତ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ୪୮୦୧୮ ମାମଲା ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ଅଛି ନିର୍ବାଚନ । କୁହାଯାଉଛି, ଜନଜାତି ହେଉଛନ୍ତି ବିଜେଡି ଶାସିତ ରାଜ୍ୟ ସରକାରଙ୍କ ବଡ଼ ଭୋଟ ବ୍ୟାଙ୍କ । ଏହି ଭୋଟ ବ୍ୟାଙ୍କକୁ ନିଜ ସପକ୍ଷରେ ରଖିବାକୁ ଜୋରଦାର ପ୍ରୟାସ ଜାରି ରଖିଛନ୍ତି ରଜ୍ୟ ସରକାର । ଆଦିବାସୀଙ୍କ ଜମି ସମ୍ପର୍କିତ ଆଇନ ଆଣି ବ୍ୟାକଫୁଟରେ ଥିବା ସରକାର ଏହାକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରିଛନ୍ତି । ଏହା ସହିତ ଏବେ ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଏନେଇ ସରକାର ସମୀକ୍ଷା କରିବା ପରେ ଜନଜାତିଙ୍କ ଉପରେ ଥିବା ମମଲା ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ଉଦଯାପିତ ହେଲା ଜନଜାତି କ୍ରୀଡ଼ା ମହୋତ୍ସବ ୨୦୨୪, ଡାଇଲଗରେ ଦିୱାନା କଲେ ଗୁଲଶନ ଗ୍ରୋଭର

ଏହା ମଧ୍ୟ ପଢ଼ନ୍ତୁ...ଜନଜାତି ଛାତ୍ରୀ ନିବାସ ମାଟ୍ରନଙ୍କ ପାରିଶ୍ରମିକ 15 ହଜାରକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ଯେ, ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମାଗୁଡିକ ପ୍ରତ୍ୟାହାର ହେବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ସମସ୍ତ ମକଦ୍ଦମାର ସମୀକ୍ଷା କରିଛନ୍ତି । ମକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିବା ପରେ ଏହି ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଏହା ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା ରହିଥିବା ବେଳେ, ଗୃହ ବିଭାଗ ଅଧିନରେ ୯୮୪୬ ମାମଲା ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଅଧିନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି । ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.