ETV Bharat / state

ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ, ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ - Government Staff Recruitment

Government Staff Recruitment: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଅଧିକାରୀ ନିଯୁକ୍ତି ପାଇବେ । ଆଜି ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ ସହ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

Government Staff Recruitment
Government Staff Recruitment
author img

By ETV Bharat Odisha Team

Published : Mar 9, 2024, 8:14 AM IST

ଭୁବନେଶ୍ୱର: ଆଜି (ଶନିବାର) ରାଜ୍ୟ ସରକାରଙ୍କ ନିଯୁକ୍ତି ପର୍ବରେ ୧୨୯୪ ଜଣ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା, ଅର୍ଥ, ଗ୍ରାମ୍ୟ ଉନ୍ନୟନ, କ୍ରୀଡ଼ା ଓ ଯୁବସେବା, ଇସ୍ପାତ ଓ ଖଣି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଉଚ୍ଚ ଶିକ୍ଷା, ଗୃହ ବିଭାଗରେ ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ । ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେବ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମ ।

ଏହା ମଧ୍ୟ ପଢନ୍ତୁ-ଶିକ୍ଷା କ୍ଷେତ୍ରରେ ନିଯୁକ୍ତି ପର୍ବ, 576 ଜଣ ହିନ୍ଦୀ-ସଂସ୍କୃତ ଶିକ୍ଷକ ନିଯୁକ୍ତ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି । ଅର୍ଥ ବିଭାଗରେ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ ଜଣ କନିଷ୍ଠ କିରାଣୀ ଏବଂ ୮ ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ । ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତି କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ । ଇସ୍ପାତ ଓ ଖଣି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଉଚ୍ଚ ଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ । ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରିତିରଞ୍ଜନ ଘଡେ଼ଇ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ଵତୀ ଏସ ପ୍ରମୁଖ ଉପସ୍ଥିତ ରହିବେ ।

ଗତ ଫେବୃଆରୀ ମାସରେ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଏବଂ ସଂସ୍କୃତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ମଧ୍ୟରେ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ରହିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ଏହି କାର୍ଯ୍ୟକ୍ରମରେ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଅଶ୍ବଥି ଏସ, ନିର୍ଦ୍ଦେଶକ ସୁଶାନ୍ତ ଦାସ ଯୋଗ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.