ETV Bharat / state

SRC କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା; କାଲି ଦିନ 11ଟା ସୁଦ୍ଧା 90% ସ୍ଥାନାନ୍ତର କହିଲେ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ବାତ୍ୟା ‘ଦାନା’ ମୁକାବିଲା ପାଇଁ କେମିତି ଚାଲିଛି ପ୍ରସ୍ତୁତି ପରଖିଛନ୍ତି ।

Cyclone Dana cm visits src office
Cyclone Dana cm visits src office (ETV Bharat Odisha)
author img

By ETV Bharat Odisha Team

Published : 2 hours ago

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ସାମ୍ଭାବ୍ୟ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ପହଁଚି ସେ ସମୀକ୍ଷା କରିଛନ୍ତି । ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । You are in Safe Hands ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ଆଦୌ ଆତଙ୍କିତ ନହୋଇ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ସେହିପରି କାଲି ଦିନ ୧୧ଟା ସୁଦ୍ଧା ପୂର୍ବ ନିର୍ଦ୍ଧାରିତ ୯୦ ପ୍ରତିଶତ ଲୋକ ସ୍ଥାନାନ୍ତର ହେବେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୋଲିସ ଡିଜି ୱାଇ ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ । ବାତ୍ୟା ସମ୍ଭାବନା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଭିସି ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି ।

ରାଜ୍ୟବାସୀ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, "ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି । ‘You are in Safe Hands’ । ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ । ପରିସ୍ଥିତିର ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି । ଅଭିଜ୍ଞତା ସମ୍ପନ୍ନ ଅଧିକାରୀଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ।"

ଏହା ବି ପଢନ୍ତୁ- ଭିତରକନିକା-ଧାମରା ମଝିରେ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ, କେନ୍ଦ୍ରାପଡ଼ା-ଭଦ୍ରକରେ ପ୍ରବଳ ବର୍ଷା: IMD

ଏହା ବି ପଢନ୍ତୁ- ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାତ୍ୟା ‘ଦାନା’ ସମୀକ୍ଷା, କେତେ ପ୍ରସ୍ତୁତ କଣ୍ଟ୍ରୋଲ ରୁମ ପରଖିବେ

ବାତ୍ୟା ସମ୍ଭାବନା ଜିଲ୍ଲାର ବିପଦଶଙ୍କୁଳ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି । ବର୍ତ୍ତମାନ ସୁଦ୍ଧା ବିପଦଶଙ୍କୁଳ ଅଞ୍ଚଳରୁ ୩୦ ପ୍ରତିଶତ ଲୋକ ସ୍ଥାନାନ୍ତର ହୋଇଛନ୍ତି । ରାତି ସାରା ସ୍ଥାନାନ୍ତର କାର୍ଯ୍ୟ ଚାଲିବ । ଆସନ୍ତାକାଲି ସକାଳ ୧୧ଟା ସୁଦ୍ଧା ୯୦ ପ୍ରତିଶତ ସ୍ଥାନାନ୍ତର ହେବ । ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ସହ ରନ୍ଧା ଖାଦ୍ୟ ଓ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି । କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କଟକ ଓ ପୁରୀ ଜିଲ୍ଲା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଯଦି ଗତିପଥ ବଦଳେ ତେବେ ଅନ୍ୟାନ୍ୟ ଜିଲ୍ଲା ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସରକାର ମଧ୍ୟ ପ୍ରସ୍ତୁତ ଅଛନ୍ତି ।

Cyclone Dana cm visits src office
Cyclone Dana cm visits src office (ETV Bharat Odisha)
Cyclone Dana cm visits src office
Cyclone Dana cm visits src office (ETV Bharat Odisha)
Cyclone Dana cm visits src office
Cyclone Dana cm visits src office (ETV Bharat Odisha)

ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରିଛନ୍ତି । ସେଠାରେ ବିଭିନ୍ନ ସାଟେଲାଇଟ ସୂଚନା ସମ୍ପର୍କରେ ଅବଗତ ହୋଇଛନ୍ତି ।ଜରୁରୀକାଳୀନ ଯୋଗାଯୋଗ ବ୍ୟବସ୍ଥା ବାବଦରେ ସେ ଅନୁଧ୍ୟାନ କରିଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.