ETV Bharat / state

ଆଜି ଶ୍ରୀଜିଉଙ୍କ ବନକଲାଗି, ସନ୍ଧ୍ୟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

author img

By ETV Bharat Odisha Team

Published : Jan 31, 2024, 11:06 AM IST

Banakalagi ritual: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଥିପାଇଁ ସନ୍ଧ୍ୟା 6ରୁ ରାତି 9ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବ ଭକ୍ତ । ଅଧିକ ପଢନ୍ତୁ

Banakalagi ritual
ଆଜି ମହାପ୍ରଭୁଙ୍କ ବନକଲାଗି

ପୁରୀ: ଆଜି (ବୁଧବାର) ସଜେଇ ହେବେ ଶ୍ରୀଜିଉ । ଅପରାହ୍ନରୁ ମହାପ୍ରଭୁଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହେବା ଭକ୍ତ । ଆଜି ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଯେଉଁଥିପାଇଁ ଆପାତତଃ ସନ୍ଧ୍ୟା 6 ଟାରୁ ରାତି 9 ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକ ଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜିଉମାନଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ । ନୀତି ଶେଷ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହାମଧ୍ୟ ପଢନ୍ତୁ.. ଜଗା ଦର୍ଶନ ସହ ପରିକ୍ରମା ପ୍ରଦକ୍ଷିଣ ନେଇ ସ୍ବତନ୍ତ୍ର ବ୍ୟବସ୍ଥା, ପ୍ରତି ପଞ୍ଚାୟତରୁ ଆସିବେ ଲୋକେ

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରାସାୟନିକ ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶ୍ରଣ କରାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ଆଜି ସନ୍ଧ୍ୟା 6 ଟାରୁ ରାତ୍ର 9 ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହେବେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.