ETV Bharat / state

Rain Update: ଅବପାତରେ ପରିଣତ ହେଲା ସୂଦୃଶ ଲଘୁଚାପ, ରେଡ୍‌ ଆଲର୍ଟ ଭିତରେ ଏସବୁ ଜିଲ୍ଲା - Extremely Heavy Rain Alert

author img

By ETV Bharat Odisha Team

Published : Sep 8, 2024, 5:12 PM IST

IMD Odisha Weather Update: ଲଘୁଚାପ ବର୍ଷା ପ୍ରଭାବରେ ସାରା ରାଜ୍ୟ ଭିଜୁଛି । ଆସନ୍ତାକାଲି ଆହୁରି ବଢ଼ିବ ବର୍ଷା । ବିଭିନ୍ନ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

IMD Odisha Weather Update
IMD Odisha Weather Update (ETV Bharat Odisha)

ଭୁବନେଶ୍ବର: ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ବର୍ତ୍ତମାନ ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପାରାଦ୍ବୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଅବପାତ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଗଭୀର ଅବପାତ ହେବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ । ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି କେଉଁଠି ହେବ ବର୍ଷା ?

ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଅତି ପ୍ରବଳ ଅର୍ଥାତ ୧୨ରୁ ୨୦ ସେ.ମି ବର୍ଷା ପାଇଁ ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସମ୍ବଲପୁର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି ।

ସବୁ ଜିଲ୍ଲାରେ ପ୍ରବଳ ବର୍ଷା:

ଲଘୁଚାପ ଅବପାତର ରୂପ ନେଇଥିବାରୁ ଆସନ୍ତାକାଲି ବର୍ଷାର ପରିମାଣ ବୃଦ୍ଧି ପାଇବ । ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ଲାଗି ରହିବ । ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ଢେଙ୍କାନାଳ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କୋରାପୁଟ, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...Rain Alert: ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ - Heavy rain In Odisha

୧୦ ଓ ୧୧ ତାରିଖ ବର୍ଷା ଖବର:

ସେହିପରି ୧୦ ତାରିଖରେ ଯଦିଓ ବର୍ଷାର ପରିମାଣ ସାମାନ୍ୟ ହ୍ରାସ ପାଇବ ତଥାପି ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୦ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ଅନୁଗୋଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ୧୧ ତାରିଖରେ ମଧ୍ୟ ବର୍ଷାର ପରିମାଣ ହ୍ରସ ପାଇବ । ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ; ସାହାଯ୍ୟର ହାତ ବଢାଇଲେ ସାଉଥ ସେଲିବ୍ରିଟି, କୋଟିଏ ଟଙ୍କା ସହାୟତା ରାଶି ଦେଲେ Jr NTR - Telangana Andhra Pradesh Heavy Rain
ପାଣିପାଗ ବିଭାଗର ଆଲର୍ଟ:

ତେବେ ବର୍ଷା ସମେତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହାସହ ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ । ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ସେହିପରି ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । କଚ୍ଚା ଘର କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ଗଛ ଡାଳ ଭାଙ୍ଗିବାର ସମ୍ଭାବନା ରହିଥିବ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଅବପାତ ପ୍ରଭାବରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି । ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...Heavy Rain: ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ, 25 ମୃତ, 140 ଟ୍ରେନ ବାତିଲ, ସ୍ଲୁଲ-କଲେଜ ଛୁଟି - Telangana Andhra rain

ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୭୪.୯ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୯୨.୭ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ କୋରାପୁଟ ଜୟପୁରରେ ସର୍ବାଧିକ ୧୨୦.୦୦ ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.