ETV Bharat / state

Rain Alert: ଆଜି ରାଜ୍ୟରେ ହେବ ତୁହାକୁ ତୁହା ବର୍ଷା; 5 ଜିଲ୍ଲାକୁ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା - Odisha Weather Update

author img

By ETV Bharat Odisha Team

Published : Aug 31, 2024, 6:53 PM IST

Updated : Sep 1, 2024, 1:42 PM IST

IMD Odisha Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ଆଗାମୀ କିଛିଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି 5 ଜିଲ୍ଲାରେ ହେବ ପ୍ରବଳ ବର୍ଷା । ଅଧିକ ପଢ଼ନ୍ତୁ

IMD Odisha Weather Update
IMD Odisha Weather Update (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ କଳିଙ୍ଗପାଟ୍ଟନମ ଠାରୁ ୮୦ କିମି, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପାଇଁ ୱାର୍ଣ୍ଣିଂ:

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସେପ୍ଟେମ୍ବର ୧ ତାରିଖରେ ମାନେ ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨ ଓ ୩ ତାରିଖରେ ବର୍ଷା ରହିଲେ ମଧ୍ୟ ସେଭଳି କିଛି ସତର୍କ ସୂଚନା ଜାରି କରାଯାଇନାହିଁ । ଅନ୍ୟପଟେ ୪ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ରହିବ । ସେହିପରି ୫ ଓ ୬ ତାରିଖରେ ମଧ୍ୟ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଗତକାଲି ଏହି ସ୍ଥାନରେ ହୋଇଥିଲା ବର୍ଷା:

ଗତକାଲି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା । ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଥିଲା । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୨୪. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟା ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ମାଲକାନଗିରିରେ ସର୍ବାଧିକ ୧୦୭.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...Rain Water On Bridge : ବର୍ଷାରେ ବେହାଲ ମାଲକାନଗିରି; ପୋଲ ଉପରେ ୨ ଫୁଟ ଉଚ୍ଚ ପାଣି, ୩ ରାଜ୍ୟକୁ ଯୋଗାଯୋଗ ବିଚ୍ଛିନ୍ନ - Heavy rain in Malkangiri
ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 1, 2024, 1:42 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.