ETV Bharat / state

ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ, ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Jan 31, 2024, 2:10 PM IST

Updated : Jan 31, 2024, 2:46 PM IST

Padma Shri Debi Prasanna Pattanayak: ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ ଡ଼କ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ । ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଦେବୀ ପ୍ରସନ୍ନ ପଟ୍ଟନାୟକ
Padma Shri Debi Prasanna Pattanayak

ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡି଼ଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ ଡ଼କ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ଡ଼କ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିବେ । ଓଡ଼ିଆ ଭାଷା ଉପରେ ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନ ବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନରେ ସମ୍ମାନିତ ହେବେ । ପୁରସ୍କାର ବାବଦରେ 20 ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ । ପୁରସ୍କାର ଚୟନ କମିଟିରେ ଏନେଇ ନିଷ୍ପତ୍ତି ନିଆଯାଇଛି ।

"ପଦ୍ମଶ୍ରୀ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି । ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ ଭାବରେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ ବେଶ ସୁପରିଚିତ । ଭାରତୀୟ ଭାଷା ପ୍ରତିଷ୍ଠାନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି । ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କର ବହୁମୂଲ୍ୟ ଅବଦାନ ସର୍ବଜନବିଦିତ।"

ଭାରତୀୟ ଭାଷା ପରିଷଦର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ, ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ପ୍ରଧାନ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି.କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡାଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ ହୋଇଥିଲା ପୁରସ୍କାର ଚୟନ କମିଟି । କମିଟିର ସର୍ବସମ୍ମତି କ୍ରମେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କ ନାମକୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ; ଟ୍ୟାଗଲାଇନ ‘ଭାଷା ହିଁ ଭବିଷ୍ୟତ’

ସୂଚନା ଅନୁଯାୟୀ, ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି । "ଭାଷା ହିଁ ଭବିଷ୍ୟତ" ରହିଛି ଟ୍ୟାଗ ଲାଇନ । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହୋଇଛି ।

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ, ବିଶ୍ବବିଦ୍ୟାଳୟ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ । ସମ୍ମିଳନୀ ଦ୍ବାରା ରାଜ୍ୟ, ଦେଶ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ । ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ଅକ୍ଷରଭୂମି ମଧ୍ୟ ନିର୍ମାଣ କରାଯାଉଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jan 31, 2024, 2:46 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.