ETV Bharat / state

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

author img

By ETV Bharat Odisha Team

Published : Feb 6, 2024, 7:43 AM IST

World's First Odia Language Conference: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ । ଅଧିକ ପଢନ୍ତୁ

Odia Language Conference
Odia Language Conference

ଭୁବନେଶ୍ବର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ୧୯୪୪ ମସିହାରୁ ଏହି ଦୁଇଟି ପତ୍ରିକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛି । ଏହି ସ୍ୱତନ୍ତ୍ର ସଂଖ୍ୟା ଆଗାମୀ ପିଢ଼ିଙ୍କୁ ମାତୃଭାଷା ପ୍ରତି ସଚେତନ କରିବା ସହ ଉପାଦେୟ ଓ ସଂଗ୍ରହଣୀୟ ହେବ ।

ସେହିପରି ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ କହିଛନ୍ତି, ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ପୁରାତନ ସଂସ୍କରଣର ଡିଜିଟାଇଜେସନ୍ କରାଯାଇଛି । ଏହା ବିଭାଗୀୟ ୱେବସାଇଟ୍‌ରେ ପାଠକମାନଙ୍କ ଲାଗି ଉପଲବ୍ଧ ହେଉଛି । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାଭାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି । ଏନେଇ ଅନ୍ୟପଟେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ୍ ମହାନ୍ତି କହିଛନ୍ତି ଯେ, ଏହି ଦୁଇ ପତ୍ରିକାରେ ଓଡ଼ିଶାର ଭାଷା, ସାହିତ୍ୟ ନେଇ ବହୁ ଦୁଷ୍ପ୍ରାପ୍ୟ ଓ ଉପାଦେୟ ତଥା ପୁରାତନ ଆଲେଖ୍ୟ ସ୍ଥାନ ପାଇଛି । ଏହାଦ୍ୱାରା ଛାତ୍ରଛାତ୍ରୀ ଓ ଗବେଷକମାନେ ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର କ୍ରମବିକାଶ ସଂପର୍କରେ ଅବଗତ ହୋଇପାରିବେ ।

ଏହା ମଧ୍ୟ ପଢନ୍ତୁ - ସାହିତ୍ୟରେ ଦେଖିବାକୁ ମିଳୁନାହିଁ ଗ୍ରାମ୍ୟ ଜୀବନର ପ୍ରତିଫଳନ: ଦାସ ବେନହୁର

ଏହା ମଧ୍ୟ ପଢନ୍ତୁ - 'ଓଡ଼ିଆ ଭାଷାରେ ବୈଷୟିକ ଜ୍ଞାନର ପ୍ରୟୋଗ ସମ୍ଭବ'

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସଂପାଦିକା କସ୍ତୁରୀ ମହାପାତ୍ର କହିଥିଲେ, ଉଭୟ ପତ୍ରିକା ରାଜ୍ୟ ସରକାରଙ୍କ ମୁଖପତ୍ର ଭାବେ ସ୍ୱାଧୀନତା ପୂର୍ବରୁ ପ୍ରକାଶ ପାଇଆସୁଛି । ଏହି ପତ୍ରିକା ବେଶ୍ ପାଠକୀୟ ଆଦୃତି ଲାଭ କରିବା ସହିତ ରାଜ୍ୟବାସୀଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାରେ ୧୯ଟି ନିବନ୍ଧ ଓ ଓଡ଼ିଶା ରିଭ୍ୟୁରେ ୨୭ଟି ନିବନ୍ଧ ସ୍ଥାନ ପାଇଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ କହିଥିଲେ, ଓଡ଼ିଆ ଭାଷା ୨୦୦୦ ବର୍ଷରୁ ଅଧିକ ପୁରାତନ । ଏହାର ସମୃଦ୍ଧି ପାଇଁ ଅନେକ ସାରସ୍ୱତ ସାଧକଙ୍କ ଅବଦାନ ସ୍ୱୀକୃତ । ଏହି ଭାଷା ସମ୍ମିଳନୀ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରକୃଷ୍ଟ ଅବସର ବୋଲି ସେ କହିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.