ETV Bharat / state

ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା - ALERT FOR FISHERMEN

author img

By ETV Bharat Odisha Team

Published : May 5, 2024, 8:30 PM IST

Alert For Fishermen: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସମ୍ଭାବନା ରହିଛି । ଯାହାକୁ ନେଇ ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ଅଧିକ ପଢ଼ନ୍ତୁ

ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା
ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା (Etv Bharat Odisha)

ଜଗତସିଂହପୁର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାକୁ ଥିବା ବେଳେ ସମୁଦ୍ର ମଝିକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆଜି ପାରାଦ୍ୱୀପ ଠାରେ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ କଟକଣା ଲାଗୁ କରିଛି ପ୍ରାଣୀ ଓ ମତ୍ସ ସମ୍ପଦ ବିକାଶ ମନ୍ତ୍ରଣାଳୟ । ମନ୍ତ୍ରଣାଳୟ ପକ୍ଷରୁ ପାରାଦ୍ୱୀପର ମାଛଧରା ବନ୍ଦରରେ ଏ ନେଇ ସଚେତନତା ସୃଷ୍ଟି କରାଯାଇଛି ।

ତେବେ ରାଜ୍ୟରେ ବର୍ଷା ସହ ଝଡ଼ ତୋଫାନ ହେବା ସମ୍ଭାବନା ରହିଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାପାଇଁ ବାରଣ କରାଯାଇଛି । ଏନେଇ ପ୍ରାଣୀ ଓ ମତ୍ସ ସମ୍ପଦ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆଜି ପାରାଦ୍ୱୀପ ବନ୍ଦରରେ ସଚେତନତା ସୃଷ୍ଟି କରାଯାଇଛି । ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଆଜିଠାରୁ ଅର୍ଥାତ 5 ତାରିଖ ଠାରୁ ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ପାରାଦ୍ୱୀପ ଓ ରାଜ୍ୟର ବିଭିନ୍ନ ଉପକୂଳ ଅଞ୍ଚଳରେ ଉଚ୍ଚ ଜୁଆର 0.5 ମିଟରରୁ 1.2 ମିଟର ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି । ଫଳରେ ସମସ୍ତ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ମାଛ ମାରିବା ପାଇଁ ନ ଯିବାକୁ ସତର୍କ କରାଇ ଦିଆଯାଇଛି । ବିଭାଗ ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ଯେ, ପ୍ରବଳ ବର୍ଷା ପ୍ରଭାବରେ ସମୁଦ୍ର ମଧ୍ୟରେ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହେବା ସହିତ କୂଳଲଙ୍ଘନ କରିବ । ଲହଡି ମାଡ଼ରେ ମାଛଧରା ଡ଼ଙ୍ଗା, ବୋଟ ଆଦି କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀମାନେ ଆଜିଠାରୁ ସେମାନଙ୍କ ଡଙ୍ଗା ଓ ବୋଟକୁ ସୁରକ୍ଷିତ ସ୍ଥାନରେ ବାନ୍ଧି ରଖିବା ସହିତ ମାଛ ମାରିବାରେ ବ୍ୟବହୃତ ହେଉଥିବା ଜାଲକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟରେ ବଦଳିବ ପାଗର ମିଜାଜ: କାଲିଠୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ - Odisha Weather

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଉପକୂଳ ଓଡିଶାରେ କାଳବୈଶାଖୀର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ହୋଇପାରେ । ଯାହାକୁ ନେଇ ମତ୍ସ୍ୟଜୀବୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୬ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି । ଏହି ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟସ୍ଥ ଉତ୍ତର-ଉପକୂଳ ଓଡ଼ିଶାର ଆଖ ପାଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

ଇଟିଭି ଭାରତ, ଜଗତସିଂହପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.