ଭୁବନେଶ୍ବର: ଆଜି (ଗୁରୁବାର) ଭୁବନେଶ୍ୱର ଆସିବେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି । ଆସନ୍ତାକାଲି ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।
ପ୍ରଥମେ ପୁରୀ ଯିବେ ନୂଆ ରାଜ୍ୟପାଳ:
ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସେହିପରି ଶୁକ୍ରବାର ପୂର୍ବାହ୍ନରେ ଅର୍ଥାତ 3 ତାରିଖରେ ଶପଥ ଗ୍ରହଣ କରିବେ ନୂଆ ରାଜ୍ୟପାଳ । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।
ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ:
ଓଡ଼ିଶାର ପ୍ରଥମ ନାଗରିକ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 5 ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରିଥିଲେ । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରି ତାଙ୍କ ସ୍ଥାନରେ ହରିବାବୁଙ୍କୁ ନିଯୁକ୍ତି ଦେଇଥିଲେ । ହରିବାବୁ ମିଜୋରାମର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିଲେ । ନିଯୁକ୍ତି ମିଳିବା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଆଜି ଓଡିଶା ଆସିବେ । ଏହାପରେ ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି ।
ହରିବାବୁଙ୍କ କ୍ୟାରିୟର:
ଡାକ୍ତର ହରିବାବୁ କମ୍ଭମପତିଙ୍କ ରାଜନୈତିକ କ୍ୟାରିଅର ବେଶ ଲମ୍ବା । ଛାତ୍ର ରାଜନୀତିରୁ ସେ କ୍ୟାରିୟର ଆରମ୍ଭ କରିଥିଲେ । ଛାତ୍ର ଜୀବନରେ ସେ ଜୟପ୍ରକାଶ ନାରାୟଣ ଆନ୍ଦୋଳନରେ ସାମିଲ ହୋଇଥିଲେ । ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନରେ ସାମିଲ ହୋଇ ଗିରଫ ହୋଇଥିଲେ । ସେଥିପାଇଁ ତାଙ୍କୁ ୬ ମାସ ଜେଲରେ ରହିବାକୁ ପଡିଥିଲା । ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ । ସେହିପରି ସେ ଆନ୍ଧ୍ରପ୍ରଦେଶର ରାଜ୍ୟ ବିଜେପି ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଆସନ୍ତା 3 ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।
ଏହା ବି ପଢନ୍ତୁ...ଫେରିଗଲେ ରଘୁବର; ଖୁବଶୀଘ୍ର ଦାୟିତ୍ୱ ନେବେ ନୂଆ ରାଜ୍ୟପାଳ ହରିବାବୁ
ଏହା ବି ପଢନ୍ତୁ...ହରିବାବୁ କମ୍ଭମପତି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ - HARIBABU KAMBHAMPATI
ଇଟିଭି ଭାରତ, ଭୁବନେଶ୍ବର