ETV Bharat / state

ଆସୁଛି ଆହୁରି ଏକ ଲଘୁଚାପ; ପ୍ରବଳ ବର୍ଷିବ, ଏହି ଦିନ ଠାରୁ ବଢ଼ିବ ବର୍ଷା - Heavy Rain Alert

author img

By ETV Bharat Odisha Team

Published : Sep 1, 2024, 7:51 PM IST

Odisha Weather Update: ଆସୁଛି ଆଉ ଏକ ଲଘୁଚାପ । ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହି ଦିନଠାରୁ ପୁଣି ବଢ଼ିବ ବର୍ଷାର ପରିମାଣ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ । ବର୍ତ୍ତମାନ ଗତକାଲିର ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ରହିଛି ।

ପୁଣି ବଢ଼ିବ ବର୍ଷା:

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଅବପାତ । ବିଶାଖାପାଟଣା ଠାରୁ ୧୫୦ କିମି ଏବଂ ମାଲକାନଗିରି ଠାରୁ ୭୦ କିମି ଦୂରରେ ରହିଛି । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ପରେ ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପ୍ରଭାବରେ ଆଜି ଦକ୍ଷିଣ ଓଡିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳର ବର୍ଷା ଅର୍ଥାତ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି କୋରାପୁଟ ଓ ମାଲକାନାଗିରି ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଚେତାବନୀ ଜାରି ହୋଇଛି । ଆସନ୍ତାକାଲିଠାରୁ ବର୍ଷାର ପରିମାଣ କମିବା ସହ ପୁଣି ୫ରୁ ବର୍ଷା ପରିମାଣ ପୁଣି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)
ଏହା ମଧ୍ୟ ପଢ଼ନ୍ତୁ...Rain Alert: ଆଜି ରାଜ୍ୟରେ ହେବ ତୁହାକୁ ତୁହା ବର୍ଷା; 5 ଜିଲ୍ଲାକୁ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୩୧. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୦୬.୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କି ଦୁଇଟି ପ୍ରବଳ ବର୍ଷା ହୋଇଥିବା ବେଳେ ମାଲକାନଗିରି ପଦିଆରେ ସର୍ବାଧିକ ୧୪୦.୦୦ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.