ETV Bharat / state

ଆଗାମୀ ୩ ଦିନ ଓଡ଼ିଶାରେ କୁଟିବ ପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ ଜାରି - Odisha Weather Update

author img

By ETV Bharat Odisha Team

Published : 2 hours ago

Heavy Rainfall In Odisha: ଆଜି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ । ଆଗାମୀ କିଛିଦିନ ଭୀଷଣ ବର୍ଷିବ । ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ ଜାରି କଲା ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Heavy Rainfall In Odisha
Heavy Rainfall In Odisha (ETV Bharat Odisha)

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଏଣେ ବିଜୁଳି ଘଡ଼ଘଡ଼ି ସହ ଆକାଶରୁ ଖସୁଛି ବଜ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଜାରି ରହିବ । ଯାହାକୁ ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ:

ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ଉଚ୍ଚତା ୫.୮ କିମି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବା ନେଇ ମଧ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେବାକୁ ଥିବା ବେଳେ ଏହି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ବର୍ଷାରେ ବି ଉତ୍ତପ୍ତ ଏହି ସହର:

Heavy Rainfall In Odisha
Heavy Rainfall In Odisha (IMD)

ରାଜ୍ୟରେ ବର୍ଷା ଜାରି ରହିଥିଲେ ମଧ୍ୟ ବାଲେଶ୍ବର ସବୁଠାରୁ ଉତ୍ତପ୍ତ ସହର ଥିଲା । ଯେଉଁଠାରେ ସର୍ବାଧିକ ୩୬.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୪.୨ ଡିଗ୍ରୀ ସେଲସିୟସ ଓ କଟକରେ ୩୪.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା । ଏହାସହ ଫୁଲବାଣୀ ଓ ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୨୨.୦ ତାପମାତ୍ରା ରେକର୍ଡ କରାଯାଇଛି ।

ସର୍ବାଧିକ ବର୍ଷା ରେକର୍ଡ:

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ବୌଦ୍ଧ ଜିଲ୍ଲା ବୌଦ୍ଧଗଡ଼ରେ ସର୍ବାଧିକ ୬୪.୦୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ରାୟଗଡ଼ା ଜିଲ୍ଲା ପଦ୍ମପୁରରେ ୪୭.୦ ମିମି, ବୌଦ୍ଧ ଖଇରମାଳରେ ୪୧.୦ ମିମି, ଭଞ୍ଜନଗରରେ ୩୩.୧ ମିମି ବର୍ଷା ରେକର୍ଡ କରାଯାଇଛି ।

Heavy Rainfall In Odisha
Heavy Rainfall In Odisha (IMD)

ଏ ପର୍ଯ୍ୟନ୍ତ ବର୍ଷାର ପରିମାଣ:

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୨୦୧୪.୭ ମିମି ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୧୧୪.୬ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ:

Heavy Rainfall In Odisha
Heavy Rainfall In Odisha (IMD)

ଆଜିଠୁ ଆରମ୍ଭ ହୋଇଛି ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ଠାରୁ ପଶ୍ଚିମ ରାଜସ୍ଥାନ ଏବଂ କଚ୍ଛର କିଛି ଅଞ୍ଚଳରୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ମୌସୁମୀ ଅପସାରଣ ପାଇଁ ପାଗ ମଧ୍ୟ ଅନୁକୂଳ ରହିଛି । ଓଡ଼ିଶାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ ଅପସାରଣ କରିବ । ଚଳିତବର୍ଷ ରାଜ୍ୟରେ ଭଲ ବର୍ଷା ହୋଇଛି । ବର୍ତମାନ ମଧ୍ୟ ଲଘୁଚାପ ପ୍ରଭାବରେ ଭଲ ବର୍ଷା ଜାରି ରହିଛି ।

୨୪ ଘଣ୍ଟାରେ ବଦଳିବ ପାଗ:

Heavy Rainfall In Odisha
Heavy Rainfall In Odisha (IMD)

ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ ସହ ପ୍ରବଳ ବର୍ଷା ହେବା । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ୭ରୁ ୧୧ ସେମି ମଧ୍ୟରେ ହେବାସହ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଏହି ଜିଲ୍ଲାରେ ବର୍ଷା ଆଣିବ ଜଟିଳ ସ୍ଥିତି :

Heavy Rainfall In Odisha
Heavy Rainfall In Odisha (IMD)

ଆସନ୍ତାକାଲି ମଧ୍ୟ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା । ବିଜୁଳି ଘଡ଼ଘଡ଼ି ପାଇଁ ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...ଓଡ଼ିଶାରେ ପ୍ରବଳ ବର୍ଷା ଆଲର୍ଟ: ଲଘୁଚାପ ଟ୍ରପଲାଇନ ପ୍ରଭାବରେ 24ରୁ ବଢିବ ବର୍ଷା - ODISHA WEATHER LATEST UPDATES

ଏହା ମଧ୍ୟ ପଢ଼ନ୍ତୁ...ପୁଣି ଲଘୁଚାପ ଆଣୁଛି ବଡ଼ ବର୍ଷା, ଏସବୁ ଜିଲ୍ଲାରେ ଭୀଷଣ ବର୍ଷିବ - Heavy Rainfall

ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ବଢ଼ିବ ବର୍ଷା ! - LOW PRESSURE RAINFALL

ପ୍ରବଳ ବର୍ଷା ଚେତାବନୀ:

୨୫ ତାରିଖରେ ଯଦିଓ ବିଜୁଳି ଘଡ଼ଘଡ଼ିର ଆଶଙ୍କା ନାହିଁ ହେଲେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ୨୬ ତାରିଖରେ ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.