ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା । ଆସନ୍ତାକାଲି ଉତ୍ତର ଆଣ୍ଡାମାନ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଫଳରେ ୨୨ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି ପୂର୍ବାନୁମାନ କରିଛି ବିଭାଗ । ଫଳରେ କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ତାହା ପରବର୍ତ୍ତୀ ପର୍ଯ୍ୟାୟରେ ଜଣାପଡ଼ିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ବିଜୁଳି ଘଡ଼ଘଡ଼ି ସତର୍କ:
ଆଗାମୀ ୪୮ ଘଣ୍ଟା ଅର୍ଥାତ ୨୧ ତାରିଖ ଯାଏଁ ରାଜ୍ୟରେ କୌଣସି ବଡ ବର୍ଷା ନଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଓ ଘଡଘଡି ସହ କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହେବ । ଏହାକୁ ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଘୂର୍ଣ୍ଣିବଳୟ ପ୍ରଭାବରେ ବଢ଼ିବ ବର୍ଷା:
ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ୨୨ ତାରିଖରୁ ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ୯ ଜିଲ୍ଲାକୁ ୟେଲୋ ଚେତାବନା ଜାରି କରିଛି ପାଣିପାଗ ଵିଭାଗ । ସେହିପରି ୨୩ ତାରିଖରେ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିରେ ପ୍ରଭାବ ରହିବ । ପ୍ରବଳ ବର୍ଷା ପାଇଁ ମାଲକାନଗିରି କୋରାପୁଟ ନବରଙ୍ଗପୁର ରାୟଗଡା କଳାହାଣ୍ଡି ଗଞ୍ଜାମ,ଗଜପତି, କନ୍ଧମାଳ, ନୟାଗଡ଼ ପୁରୀ ଏବଂ ଖୋର୍ଦ୍ଧା ଏହି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି ୨୪ ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନାଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ନିଅଣ୍ଟିଆ ବର୍ଷା:
ଇଟିଭି ଭାରତ, ଭୁବନେଶ୍ବର