ETV Bharat / state

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ବଢ଼ିବ ବର୍ଷା ! - LOW PRESSURE RAINFALL - LOW PRESSURE RAINFALL

ODISHA WEATHER UPDATE: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଏନେଇ ୧୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

LOW PRESSURE RAINFALL IN ODISHA
LOW PRESSURE RAINFALL IN ODISHA (ETV Bharat Odisha)
author img

By ETV Bharat Odisha Team

Published : Sep 21, 2024, 7:51 PM IST

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୨୩ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା । ଯାହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବାବେଳେ କାଲିଠୁ ବଢ଼ିବ ବର୍ଷା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା !

LOW PRESSURE RAINFALL IN ODISHA (ETV Bharat Odisha)

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ-ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ , ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଟକ , ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲା ।

୧୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ:

LOW PRESSURE RAINFALL IN ODISHA
LOW PRESSURE RAINFALL IN ODISHA (ETV Bharat Odisha)

୨୨ ତାରିଖ ପାଇଁ ୧୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ । ବିଜୁଳି ଘଡଘଡି ସହ ବର୍ଷା ହେବ ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ,କୋରାପୁଟ, ମାଲକାନଗିରି, ରାୟଗଡା,ମୟୂରଭଞ୍ଜ, ଢେଙ୍କାନାଳ ଓ କେନ୍ଦୁଝର । ଏଭଳି ସ୍ଥିତି ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ । ବିଜୁଳି ଘଡଘଡି ସହ ବର୍ଷା ହେବ । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କାଁଭାଁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଭଦ୍ରକର ବାସୁଦେବପୁରରେ ସର୍ବାଧିକ ୪୫ .୦୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ ....ପୁଣି ଲଘୁଚାପ ଆଣୁଛି ବଡ଼ ବର୍ଷା, ଏସବୁ ଜିଲ୍ଲାରେ ଭୀଷଣ ବର୍ଷିବ - Heavy Rainfall

ଏହା ମଧ୍ୟ ପଢନ୍ତୁ ....ବାଲୁଘାଟ ଅଞ୍ଚଳରେ ପଶିଲା ବନ୍ୟାଜଳ, ଜଳବନ୍ଦୀ ଲୋକେ - FLOODWATERS ENTERED IN BALUGHAT

ଏହା ମଧ୍ୟ ପଢନ୍ତୁ ....ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ, ଏହି ଦିନଠୁ ବଢ଼ିବ ବର୍ଷା - Heavy Rain In Odisha

ରାଜ୍ୟରେ ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୦୫ .୩ ମିମି ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୦୯୯.୯ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.