ETV Bharat / state

ଆହୁରି ଛେଚିବ ବର୍ଷା, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ - Odisha Weather

author img

By ETV Bharat Odisha Team

Published : Jun 29, 2024, 6:17 PM IST

Odisha weather Update: ଆହୁରି 2 ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha weather
Odisha weather (ETV Bharat Odisha)

ଭୁବନେଶ୍ବର: ଲଘୁଚାପ ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଅବସ୍ଥିତ ରହିଛି । ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି ।

Odisha weather (ETV Bharat Odisha)

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ସେହିପରି ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହେବ । ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଜି ଠାରୁ ୩୦ ତାରିଖ ଅର୍ଥାତ ଆସନ୍ତାକାଲି ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗି ରହିବ । ସେହିପରି ଆସନ୍ତାକାଲି ପାଇଁ ୩ ଜିଲ୍ଲା ମୟୂରଭଞ୍ଜ କେନ୍ଦୁଝର ସୁନ୍ଦରଗଡରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଲଘୁଚାପ ପ୍ରଭାବ ଥିବାର ଆଗାମୀ ୩ ଦିନ ପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଜୁଲାଇ 1 ତାରିଖ ପରଠାରୁ ବର୍ଷା ସାମାନ୍ୟ କମିବ । ପୁଣି ୩ ତାରିଖ ପରଠାରୁ ବଢିବ ବର୍ଷାର ପରିମାଣ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...ଦିଲ୍ଲୀ ପରେ ରାଜକୋଟ, ପ୍ରବଳ ବର୍ଷା ପବନରେ ଭୁଶୁଡିଲା ବିମାନ ବନ୍ଦର ସେଡ୍‌ - SHED COLLAPSED AT RAJKOT AIRPORT

ସେପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ପ୍ରତିଶତ ବର୍ଷା କମ ରହିଛି । ମୟୂରଭଞ୍ଜ ଓ ବାଲେଶ୍ୱର ଏହି 2ଟି ଜିଲ୍ଲାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହେବ ସହ ୧୦ ସହରରେ ପ୍ରବଳ ଓ ୩ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି । ଏହିକ୍ରମରେ ନୟାଗଡ଼ର ଭାପୁରରେ ସର୍ବାଧିକ ୧୭୫.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ ବରଗଡ଼ରେ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.