ETV Bharat / state

ଆଉ 24 ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - Odisha Weather

author img

By ETV Bharat Odisha Team

Published : Jun 30, 2024, 7:17 PM IST

Odisha Weather Update: ରାଜ୍ୟରେ ଆହୁରି 24 ଘଣ୍ଟା ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ODISHA WEATHER
ODISHA WEATHER (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସହ ୫ ଦିନ ଯାଏ ବିଜୁଳି ଘଡଘଡି ବର୍ଷାର ଆଲର୍ଟ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ODISHA WEATHER (ETV Bharat Odisha)

ଆହୁରି 24 ଘଣ୍ଟା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ପୁରୀ ଓ କୋରାପୁଟ । ଏହାସହ ଟ୍ବିନସିଟି ଭୁବନେଶ୍ବର ଓ କଟକରେ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଲଘୁଚାପ ସକ୍ରିୟ ଥିବାରୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଆହୁରି ଛେଚିବ ବର୍ଷା, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ - Odisha Weather

ସେପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୩.୬ ମିମି ବର୍ଷା ହୋଇଥିବା ବେଳର ସ୍ୱାଭାବିକ ଠାରୁ ୨୭ ପ୍ରତିଶତ କମ ବର୍ଷା ରହିଛି । କେବଳ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ଥିତି ଉତ୍କଟ ରହିଛି । ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଏହି ୧୬ ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହେବା ସହ ୭ଟି ସହରରେ ପ୍ରବଳ ଓ ଗୋଟିଏ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି । କଟକ ସର୍ବାଧିକ ୧୧୭ .୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ୩୬.୦୦ ଡିଗ୍ରୀ ବାଲେଶ୍ୱର ଓ ବାରିପଦାରେରେ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.